Posted inଜାତୀୟ

ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ

ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମର ୩୦ ଜିଲାରେ ବନ୍ୟା ଦ୍ୱାରା ୩୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୭୦ରେ ପହଞ୍ଚିଛି। ସରକାରୀଭାବେ କିନ୍ତୁ ବିହାରରେ ୨୪ ଓ ଆସାମରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି। ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ମାନସ ଜାତୀୟ ଉଦ୍ୟାନ ଓ ପୋବିତୋରା ବନ୍ୟଜନ୍ତୁ ଅଭୟାରଣ୍ୟ ବିଶେଷଭାବେ କ୍ଷତିଗ୍ରସ୍ତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ସହ ଟେଲିଫୋନ ଯୋଗେ ବନ୍ୟା ସମ୍ପର୍କିତ କ୍ଷୟକ୍ଷତି ନେଇ ଆଲୋଚନା କରିଥିବାବେଳେ ସମସ୍ତ ସହାୟତା ଯୋଗାଇଦେବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି। ଆସାମର ମୋଟ ୪,୧୫୭ ଗ୍ରାମ (୪୪.୮୭ ଲକ୍ଷ ଲୋକ) ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁତ୍ର ନଦୀ ବିପଦସଙ୍କେତ ଉପରେ ପ୍ରବାହିତ ହେଉଥିବାବେଳେ ପରିସ୍ଥିତି ଉଦ୍‌ବେଗଜନକ ରହିଛି।
ବିହାରରେ ୧୨ ଜିଲାର ୨୫.୬୬ ଲକ୍ଷ ଲୋକ ବନ୍ୟାକ୍ଲିଷ୍ଟ ଅଞ୍ଚଳରେ ଥିବାବେଳେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନେପାଳରେ ଲଗାଣ ବର୍ଷାଜନିତ ବନ୍ୟା ଏଠାରେ ପରିସ୍ଥିତିକୁ ବିଗାଡ଼ି ଦେଇଛି। ପୂର୍ବ ଚମ୍ପାରନ୍‌ ଜିଲାରେ ପୃଥକ ପୃଥକଭାବେ ୫ଜଣ ପିଲା ପାଣିରେ ବୁଡ଼ି ପ୍ରାଣ ହରାଇଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦ୍ୱିତୀୟ ଥର ଲାଗି ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ସୀତାମାଢ଼ି, କିଶନଗଞ୍ଜ, ସେଓହର, ଆରାରିଆ, ଚମ୍ପାରନ ଆଦି ଜିଲାରେ ବହୁଳ କ୍ଷତି ଘଟିଛି। ବାଘ୍‌ବତୀ, କମଲା ବାଲାନ୍‌, ଲାଲ୍‌ବାକେୟା, ଅଧ୍‌ଓ୍ବାରା ଓ ମହାନନ୍ଦା ନଦୀର ଜଳପତ୍ତନ ବୃଦ୍ଧି ପାଉଥିବାବେଳେ ଏହା ଏବେ ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି।
ମିଜୋରାମରେ ଖଥ୍‌ଲାଙ୍ଗଟୁଇପୁଇ ନଦୀରେ ବନ୍ୟା ଆସିବାରୁ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଏଠାରେ ୩୨ ଗ୍ରାମ ବନ୍ୟା ଯୋଗୁ ପ୍ରଭାବିତ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୫ରେ ପହଞ୍ଚିଥିବା ସରକାରୀଭାବେ କୁହାଯାଇଛି। ଲୁଙ୍ଗଲେଇ ଜିଲା ବନ୍ୟା ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଛି। ପ୍ରାୟ ୭୦୦ ଘର ପାଣି ଘେରରେ ଥିବା ଜଣାପଡ଼ିଛି। ମେଘାଳୟରେ ଗତ ୭ଦିନ ହେବ ବର୍ଷା ଲାଗିରହିବାରୁ ଦୁଇଟି ନଦୀରେ ବନ୍ୟା ଦେଖାଦେଇଛି। ଏଥିରେ ୧.୫୦ ଲକ୍ଷ ଲୋକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। ତ୍ରିପୁରାରେ ଖୋଓ୍ବାଇ ଓ ହାଓରା ନଦୀରେ ବନ୍ୟା ଆସିବାରୁ ୧୫ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ବନ୍ୟାଞ୍ଚଳରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଲଗାଣ ବର୍ଷା ଯୋଗୁ ପରିସ୍ଥିତିରେ ସୁଧାର ଆସିପାରୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri