Posted inଖେଳ

ଉଥାପ୍ପାଙ୍କ ଶତକ: କେରଳ ୨୭୬/୩

ଥୁମ୍ବା (କେରଳ), ୯ା୧୨ (ପି.ଟି.)-ଏଠାରେ ସୋମବାର ଆରମ୍ଭ ହୋଇଥିବା ଦିଲ୍ଲୀ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ଏ’ ମ୍ୟାଚରେ ରବିନ ଉଥାପ୍ପା ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଥିବାବେଳେ କେରଳ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇେକେଟ ବିନିମୟରେ ୨୭୬ ରନ ସଂଗ୍ରହ କରିଛି। ଗତ କିଛି ସିଜନ ଧରି ଖରାପ ଫର୍ମରେ ଥିବା ଉଥାପ୍ପା ୨୨୧ ବଲ୍‌ ସମ୍ମୁୂଖୀନ ହୋଇ ୭ ଚୌକା ଓ ୩ ଛକା ସହ ୧୦୨ ରନ କରିଛନ୍ତି। ଦ୍ୱିତୀୟ ଉଇକେଟରେ ଓପନର ପୋନମ ରାହୁଲ (୯୭ରନ)ଙ୍କ ସହିତ ୧୧୮ରନ ଯୋଗ କରି ପାରିଛନ୍ତି। ଦିନର ଫାଇନାଲ ଓଭରରେ ପ୍ରଦୀପ ସାଙ୍ଗଓ୍ବାନ(୯.୧ ଓଭରରେ ୧୮/୧)ଙ୍କ ଦ୍ୱାରା ଆଉଟ ହେବା ପୂର୍ବରୁ ଉଥାପ୍ପା ତାଙ୍କ ୨୨ ତମ ଶତକ ହାସଲ କରିଛନ୍ତି। ସେ ଆହୁରି ମଧ୍ୟ ତୃତୀୟ ଉଇକେଟରେ ଅଧିନାୟକ ସଚିନ ବେବି (୩୬*)ଙ୍କ ସହିତ ୯୦ ରନ ଯୋଗ କରିଛନ୍ତି। ରାହୁଲ ମାତ୍ର ୩ ରନ ପାଇଁ ଶତକ ହାସଲରୁ ବଞ୍ଚିତ ହୋଇଥିଲେ। ଏକ ମନ୍ଥର ଟ୍ରାକ୍‌ରେ କେରଳ ଅଧିନାୟକ ବେବିଙ୍କ ନିଷ୍ପତ୍ତି ଠିକ୍‌ ଥଲା। ଏଛଛଡ଼ା ଦିଲ୍ଲୀ ଟିମ୍‌ ମ୍ୟାନେଜମେଣ୍ଟର ଟୁର୍ନାମେଣ୍ଟ ପାଇଁ ଏକ ଦୁର୍ବଳ ଦଳ ମନୋନୟନରୁ କେରଳ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ଏଥରୁ ପୁରା ଫାଇଦା ଉଠାଇଥିଲେ। ଦିଲ୍ଲୀ କୋଚ୍‌ କେ.ପି ଭାସ୍କର ଏହି ମ୍ୟାଚ ପାଇଁ ଦଳରେ ୪ ଜଣ ସ୍ପିନର ସାମିଲ କରିଛନ୍ତି। ହେଲେ ସେମାନେ କେରଳ ବ୍ୟାଟ୍ସମ୍ୟାନଙ୍କ ଉପରେ ଅଙ୍କୁଶ ଲଗାଇବାରେ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri