ଉଦାସ ଆଶ୍ରମ ପକ୍ଷରୁ ରନ୍ଧା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୨୦।୪: ଲକ୍‌ଡାଉନ ସମୟରେ ବାଲେଶ୍ୱରସ୍ଥିତ ହଳଦୀପଦା ଏବଂ ରୂପସାର ବିଭିନ୍ନ ସ୍ଥାନରେ ଯାଜପୁର ଜିଲା ସୋଲର ଛତିଆସ୍ଥିତ ଉଦାମ ଆଶ୍ରମ ପକ୍ଷରୁ ରବିବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଉଦାସ ଆଶ୍ରମ ଅଧ୍ୟକ୍ଷ ବ୍ରହ୍ମଚାରୀ ରବୀନ୍ଦ୍ର ନାଥ ଦାସଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱରଠାରେ ଥିବା ଉଦାସପନ୍ଥି ଭକ୍ତମାନେ ହଳଦୀପଦା ପଞ୍ଚାୟତ ଅଧୀନ ଆମ୍ବଗଡ଼ିଆ, ରୁପସା ସାମିଲ ହସନପୁର ପଞ୍ଚାୟତ ଗାଙ୍ଗୋଯୋଡ଼ି ଠାରେ ଥିବା କୁଷ୍ଠରୋଗୀ, ଆଙ୍କୋ ପଞ୍ଚାୟତଠାରେ ଥିବା କୁଷ୍ଠ ରୋଗୀ, ବିଭିନ୍ନ ଆଦିବାସୀ ସାହି, ରୁପସା କଶିପଦା ପଞ୍ଚାୟତର ପଲାସାହିଠାରେ ବିଭିନ୍ନ ଲୋକଙ୍କୁ ଏହି ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ପ୍ରାୟ ୩ଶହରୁ ଅଧିକ ଲୋକଙ୍କୁ ଏହି ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ରୂପସା ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ରୂପସା ଥାନା ଏଏସ୍‌ଆଇ ନରେନ୍ଦ୍ର ମହାଳିକଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଉଦାସ ପନ୍ଥୀ ଭକ୍ତମାନେ କସିପଦା ପଞ୍ଚାୟତର ରବୀନ୍ଦ୍ର ବେହେରା, ଝଣ୍ଟୁ ଚରଣ ବେହେରା, ପ୍ରଦୀପ କୁମାର ବେହେରା, ସୁବ୍ରତ ବେହେରା, ରାମଚନ୍ଦ୍ର ବେହେରା, ରଘୁନାଥ ଗିରି, ହଳଦୀପଦା ଅଞ୍ଚଳର ପ୍ରସନ୍ନ ସାହୁ, ପ୍ରଦୀପ ସାହୁ, ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖଙ୍କ ସହ ଅନ୍ୟମାନେ ସାମିଲ ଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମକୁ ରୁପସା ସାମିଲ ହାସନପୁର ପଞ୍ଚାୟତର ସରପଞ୍ଚ ସଞ୍ଜୟ କୁମାର ସେଠୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri