Posted inଜାତୀୟ

ଉଦ୍ଧବ ଠାକରେଙ୍କ ଚା’ ପାର୍ଟିକୁ ଯିବାକୁ ମନାକଲେ ଫଡନବୀସ୍‌

ମୁମ୍ବାଇ,୧୫।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୀର ସଭରକରଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଛି। ଭାଜପା ଏ ଘଟଣାରେ ମେଣ୍ଟ ସରକାର ଉପରେ ବର୍ଷିଛି। ଶିବସେନା ରାହୁଲଙ୍କ ମନ୍ତବ୍ୟକୁ ନେଇ ଆପତ୍ତି ଉଠାଇଛି। ସଭରକରଙ୍କୁ ନେଇ କୌଣସି ପ୍ରକାର ସାଲିସ କରିବନି ବୋଲି କଂଗ୍ରେସକୁ ଚେତାଇ ଦେଇଛି ଶିବସେନା ନେତା ସଞ୍ଜୟ ରାଓ୍ବତ। କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କୌଣସି ପ୍ରତିକ୍ରିୟା ଆସି ନାହିଁ। ଏସବୁ ଭିତରେ ଉଦ୍ଧବଙ୍କ ଚା’ ପାର୍ଟିକୁ ଯିବାକୁ ମନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ। ସେ କହିଛନ୍ତି, ଯେଉଁମାନେ ସଭରକରଙ୍କ ଅପମାନ କରିଛନ୍ତି ସେମାନଙ୍କ ସହ ଚା’ ପିଇବି ନାହିଁ। ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଏକ ଚା’ ପାର୍ଟିର ଆୟୋଜନ କରିଛନ୍ତି। ସୂଚନାଯୋଗ୍ୟ, ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ ନିର୍ବାଚନୀ ପ୍ରଚାର ବେଳେ ରାହୁଲ ଗାନ୍ଧୀ ‘ରେପ ଇନ ଇଣ୍ଡିଆ’ ମନ୍ତବ୍ୟ ଦେଇଥିଲେ। ଶୁକ୍ରବାର ଶୀତକାଳୀନ ଅଧିବେଶନର ଅନ୍ତିମ ଦିନରେ ଶାସକ ଦଳ ଭାଜପା ଏହାକୁ ପ୍ରସଙ୍ଗ କରି ରାହୁଲଙ୍କ କ୍ଷମା ମାଗିବାକୁ ଦାବି କରିଥିଲା। ଏହାର ପରଦିନ ଶନିବାର କଂଗ୍ରେସ ଦିଲ୍ଲୀରେ ଭାରତ ବଞ୍ଚାଅ ର଼୍ୟାଲି କରିଥିଲା। ରାମଲୀଳା ମଇଦାନରେ ଆୟୋଜିତ ଏହି ର଼୍ୟାଲିରେ ରାହୁଲ ଗାନ୍ଧୀ କହିଥିଲେ ‘ମୁଁ ରାହୁଲ ସଭରକର ନୁହେଁ ରାହୁଲ ଗାନ୍ଧି, ମରିଯିବି ପଛେ କ୍ଷମା ମାଗିବିନି’। ଏହାପରେ ଶିବସେନା ସମେତ ଭାଜପା ରାହୁଲଙ୍କ ଏଭଳି ମନ୍ତବ୍ୟକୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଶାନ୍ତିବାର୍ତ୍ତା ବିଫଳ ହେବା ପଛର କାରଣ କହିଲା ଇରାନ, ଆମେରିକା ଏଭଳି ଦାବି ରଖିଲା ଯାହା…

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ବିଫଳ ହୋଇଛି। ପ୍ରାୟ ୨୧ ଘଣ୍ଟାର ଦୀର୍ଘ ଆଲୋଚନା ପରେ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri