Posted inଜାତୀୟ

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ଶିବସେନା, ଏନସିପି ଓ କଂଗ୍ରେସ ସରକାର ଗଠନ ପାଇଁ ବୈଠକ କରିବାରେ ଲାଗିଛନ୍ତି। କିନ୍ତୁ ଏଯାଏ ସରକାର ଗଠନ ପାଇଁ ନିଷ୍ପତ୍ତି ନେଇ ପାରୁନାହାନ୍ତି। ତେବେ ଶିବସେନା, ଏନସିପି ଓ କଂଗ୍ରେସ ମଧ୍ୟରେ ଯଦି ମେଣ୍ଟ ସରକାର ହୁଏ ତେବେ ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ହିଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି। ଏସବୁ ଭିତରେ ଶୁକ୍ରବାର ସକାଳୁ ଶିବସେନା ପ୍ରବକ୍ତା ସଞ୍ଜୟ ରାଓ୍ବତ କହିଛନ୍ତି, ବେଳେବେଳେ ସ୍ବାଭିମାନ ପାଇଁ କିଛି ସମ୍ପର୍କ ଭିତରୁ ବାହାରିବାକୁ ପଡେ। ଗୁରୁବାର ବିଳମ୍ବିତ ରାତିରେ ଉଦ୍ଧବ ଏନସିପି ମୁଖ୍ୟ ଶରତ ପାଓ୍ବାରଙ୍କୁ ଭେଟି ଆଲୋଚନା କରିଥିଲେ। କିନ୍ତୁ କୌଣସି ସ୍ପଷ୍ଟ ହୋଇପାରିନାହିଁ। ଶୁକ୍ରବାର ଶିବସେନା, ଏନସିପି ଓ କଂଗ୍ରେସ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ସରକାର ଗଠନ ବିଷୟରେ ସବିଶେଷ ତଥ୍ୟ ମିଳପାରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri