Posted inଜାତୀୟ

ଉଦ୍ଧବ ହେବେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିର ଡ୍ରାମା ଏବେ ନୂଆ ମୋଡ ନେଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ ପାଓ୍ବାର ଇସ୍ତଫା ଦେବା ପରେ ସମସ୍ତଙ୍କ ନଜର ରହିଥିଲା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଉପରେ। ସେ ଆଉ କାଳ ବିଳମ୍ବ ନ କରି ଅପରାହ୍ନ ୩ଟା ୩୦ରେ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଉଛନ୍ତି ବୋଲି ଘୋଷଣା କରିଥିଲେ। କେବଳ ସେତିକି ନୁହେଁ ସେ ନୂଆ ସରକାରଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଥିଲେ। ଏହାପରେ ସରକାର ଗଢିବାକୁ ଅନାଇ ବସିଥିବା ଶିବସେନା ନେତା ସଞ୍ଜୟ ରାଉତ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ୫ ବର୍ଷ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିବେ। ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ବୈଠକରେ ଉଦ୍ଧବଙ୍କୁ ବିଧାୟକ ଦଳର ନେତା ନିର୍ବାଚିତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସେ ଏବେ ଆମର ବୋଲି କହିଛନ୍ତି ସଞ୍ଜୟ। ପୂର୍ବରୁ ସଂଖ୍ୟା ଗରିଷ୍ଠତା ଥିବା ଦର୍ଶାଇ ଏବେ ସରକାର ଗଢିବାକୁ ଶିବସେନା ଆଗେଇ ଆସିବ ବୋଲି କୁହାଯାଉଛି। ହେଲେ ୩ ଚକ ବିଶିଷ୍ଟ(ଶିବସେନା, ଏନ୍‌ସିପି, କଂଗ୍ରେସ) ସରକାର ସ୍ଥିର ସରକାର ହେବ ନାହିଁ ବୋଲି ଫଡ୍‌ନବିସ କହିଛନ୍ତି। ଆଉ ସେ ନୂଆ ସରକାରଙ୍କୁ କାମ ଶିଖାଇବେ ବୋଲି ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri