Posted inଜାତୀୟ

ଉଦ୍ଧାର ହେଲେ ଅପହୃତ ହୋଇଥିବା ୪ ବର୍ଷର ବାଳକ ଯଶହିତ

ଇଷ୍ଟ ଗୋଦାବରୀ,୨୫।୭: ଆନ୍ଧ୍ର ପ୍ରଦେଶର ପୂର୍ବ ଗୋଦାବରୀରୁ ଅପହୃତ ହୋଇଥିବା ୪ ବର୍ଷର ବାଳକ ଏନ୍‌ ଯଶହିତଙ୍କର ସନ୍ଧାନ ମିଳିଛି। ପୂର୍ବ ଗୋଦାବରୀର ମଣ୍ଡାପେଟା ସହରରେ ଗୁରୁବାର ପୋଲିସକୁ ମିଳିଥିବା ସୂଚନା ରହିଛି। ଯଶହିତଙ୍କ ଅପହରଣ ପରେ ୧୭ଟି ଟିମ୍‌ ତାଙ୍କୁ ଖୋଜିବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତେବେ ଅପହର୍ତ୍ତା ଗୁରୁବାର ଭୋର ସମୟରେ ଯଶହିତଙ୍କୁ ରାୟଭରମ ମଣ୍ଡଳରେ ଥିବା କୁଟୁକୁଲୁରୁ ଗାଁରେ ଛାଡି ଦେଇ ଚାଲି ଯାଇଥିଲେ। ସ୍ଥାନୀୟ ଲୋକେ ଯଶହିତଙ୍କୁ ଦେଖି ପୋଲିସକୁ ଖବର ଦେବା ପରେ ପୋଲିସ ତୁରନ୍ତ ସେଠାରେ ପହଞ୍ଚି ଶିଶୁଙ୍କୁ ଉଦ୍ଧାର କରିଥିଲା। ତେବେ କିଏ ଓ କାହିଁକି ୪ ବର୍ଷୀୟ ଯଶହିତଙ୍କୁ ଅପହରଣ କରିଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ, ଯଶହିତ ସୋମବାର ତାଙ୍କ ଜେଜେମା’ଙ୍କ ସହ ବାହାରେ ବୁଲୁଥିବା ସମୟରେ କେହି ଅଜଣା ବ୍ୟକ୍ତି ତାଙ୍କୁ ଅପହରଣ କରି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ...

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri