Posted inଜାତୀୟ

ଉଦ୍ଧାର ହେଲେ ଅପହୃତ ହୋଇଥିବା ୪ ବର୍ଷର ବାଳକ ଯଶହିତ

ଇଷ୍ଟ ଗୋଦାବରୀ,୨୫।୭: ଆନ୍ଧ୍ର ପ୍ରଦେଶର ପୂର୍ବ ଗୋଦାବରୀରୁ ଅପହୃତ ହୋଇଥିବା ୪ ବର୍ଷର ବାଳକ ଏନ୍‌ ଯଶହିତଙ୍କର ସନ୍ଧାନ ମିଳିଛି। ପୂର୍ବ ଗୋଦାବରୀର ମଣ୍ଡାପେଟା ସହରରେ ଗୁରୁବାର ପୋଲିସକୁ ମିଳିଥିବା ସୂଚନା ରହିଛି। ଯଶହିତଙ୍କ ଅପହରଣ ପରେ ୧୭ଟି ଟିମ୍‌ ତାଙ୍କୁ ଖୋଜିବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ତେବେ ଅପହର୍ତ୍ତା ଗୁରୁବାର ଭୋର ସମୟରେ ଯଶହିତଙ୍କୁ ରାୟଭରମ ମଣ୍ଡଳରେ ଥିବା କୁଟୁକୁଲୁରୁ ଗାଁରେ ଛାଡି ଦେଇ ଚାଲି ଯାଇଥିଲେ। ସ୍ଥାନୀୟ ଲୋକେ ଯଶହିତଙ୍କୁ ଦେଖି ପୋଲିସକୁ ଖବର ଦେବା ପରେ ପୋଲିସ ତୁରନ୍ତ ସେଠାରେ ପହଞ୍ଚି ଶିଶୁଙ୍କୁ ଉଦ୍ଧାର କରିଥିଲା। ତେବେ କିଏ ଓ କାହିଁକି ୪ ବର୍ଷୀୟ ଯଶହିତଙ୍କୁ ଅପହରଣ କରିଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସୂଚନାଯୋଗ୍ୟ, ଯଶହିତ ସୋମବାର ତାଙ୍କ ଜେଜେମା’ଙ୍କ ସହ ବାହାରେ ବୁଲୁଥିବା ସମୟରେ କେହି ଅଜଣା ବ୍ୟକ୍ତି ତାଙ୍କୁ ଅପହରଣ କରି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା; କଳାହାଣ୍ଡିରେ ବଢ଼ିଲା ସ୍କୁଲ ଛୁଟି ଅବଧି, ଜିଲାପାଳ କହିଲେ…

ଭବାନୀପାଟଣା,୨୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଜାରି ରହିଛି ବର୍ଷା । ଏହାକୁ ଦୃଷ୍ଟିରେ ରଖି ଏବଂ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ସ୍କୁଲ ଛୁଟି…

ଖେମୁଣ୍ଡି କଲେଜରେ ବନ ମହୋତ୍ସବ: ଅତିଥି ,ଅଧ୍ୟାପିକା,  ଅଧ୍ୟାପକ ମିଳିମିଶିକଲେ …

ଦିଗପହଣ୍ଡି,୨୯|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଯୁକ୍ତ ୨ ଏବଂ ଯୁକ୍ତ ୩ ଜାତୀୟ ସେବା ଯୋଜନା(ଏନଏସଏସ) ୟୁନିଟ ପକ୍ଷରୁ କଲେଜ ପରିସରରେ…

ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହୁମା,୨୯।୭ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ହୁମା ଫାଣ୍ଡି ଅଧୀନ ପାଟଣା ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ସିରିଜ୍ ଚୋରି ଘଟିଛି। ଗୋଟିଏ…

କାଦୁଅ ପାଇଁ ହନ୍ତସନ୍ତ ରୋଗୀ, ଥୁଆମୂଳ ରାମପୁର CHC ରାସ୍ତାରେ ଅଟକୁଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମୁଖ୍ୟ ରାସ୍ତା ଓ ଗେଟ୍ ସମ୍ମୁଖରେ ଏବେ ସ୍ଥିତି ଶୋଚନୀୟ ହୋଇପଡିଛି ।…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

ଭୟଙ୍କର ବାଇକ୍ ଦୁର୍ଘଟଣା, ଚାଲିଗଲା ୨ଜଣଙ୍କ ଜୀବନ

ବଞ୍ଚୋ,୨୯।୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସିଙ୍ଗଡୋଭ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଧବାର ସନ୍ଧ୍ୟାରେ ଘଟିଥିବା ଏକ ଭୟଙ୍କର ବାଇକ୍‌ ଦୁର୍ଘଟଣାରେ…

ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ…

ରିଙ୍ଗ ରୋଡ଼ ଭାଙ୍ଗି ଆନନ୍ଦପୁରରେ ବନ୍ୟା: ପାଣିରେ ଭାସିଲା ଗାଁ, ନିଖୋଜ ଯୁବକ

ଆନନ୍ଦପୁର,୨୯।୭(ସୁଶାନ୍ତ କୁମାର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କେନ୍ଦୁଝର ଜିଲାର ଆନନ୍ଦପୁର ଅଞ୍ଚଳରେ ଭୟାବହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri