Posted inଖେଳ

ଉଦ୍‌ଘାଟନୀ ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ବିଜୟୀ

କୋଚି, ୨୧ା୧୦- ଇଣ୍ଡିଆନ ସୁପର ଲିଗ୍‌ ୨୦୧୯-୨୦ର ଉଦ୍‌ଘାଟନୀ ମ୍ୟାଚରେ ଦୁଇଥର ରନର୍ସ ଅପ୍‌ କେରଳ ବ୍ଲାଷ୍ଟର୍ସ ବିଜୟ ଲାଭ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ଦଳ ଦୁଇଥର ଚାମ୍ପିୟନ ଏଟିକେକୁ ୨-୧ ଗୋଲରେ ପରାସ୍ତ କରିଛି। ଖେଳର ୬ଷ୍ଠ ମିନିଟ୍‌ରେ ଏଟିକେ ତରଫରୁ କାର୍ଲ ମ୍ୟାକ୍‌ ହ୍ୟୁଗ୍‌ଗୋଲ୍‌ ଓପନ କରିଥିଲେ। ହେଲେ ୩୦ତମ ମିନିଟ୍‌ରେ ବାର୍ଥୋଲୋମ୍ୟୁ ଓଜ୍‌ବେଚେଙ୍କ ପେନାଲ୍‌ଟି ଗୋଲ ସହାୟତାରେ କେରଳ ବ୍ଲାଷ୍ଟର୍ସ ମ୍ୟାଚକୁ ୧-୧ ସ୍ତରକୁ ନେଇ ଆସିଥିଲା। ପ୍ରଥମାର୍ଦ୍ଧ ଖେଳ ଶେଷଭାଗରେ ଅର୍ଥାତ ୪୫ତମ ମିନିଟ୍‌ରେ ଓଜ୍‌ବେଚେ ଆଉ ଏକ ଗୋଲ ସ୍କୋର କରି ତାଙ୍କ ଦଳକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟାର୍ଦ୍ଧରେ ଏଟିକେ ଏକାଧିକ ଗୋଲ ଦେବାର ସୁଯୋଗ ସୃଷ୍ଟି କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲା। ଫଳରେ କେରଳ ବିଜୟୀ ହୋଇଥିଲା। ଇଣ୍ଡିଆନ ସୁପର ଲିଗ୍‌ ଏଣିକି ଦେଶର ଟପ୍‌ ଡିଭିଜନ ଲିଗ୍‌ର ମାନ୍ୟତା ଲାଭ କରିଛି। ଫଳରେ ଲିଗ୍‌ ପର୍ଯ୍ୟାୟ ଟେବୁଲ ଟପର ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ପ୍ଲେ-ଅଫ୍‌ ଖେଳିବା ସୁଯୋଗ ପାଇବ। ସୂଚନା ଯୋଗ୍ୟ, ୨୦୧୪ରେ ଆଇଏସଏଲର ପ୍ରଥମ ସଂସ୍କରଣରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରି ଏଟିକେ ଉଦ୍‌ଘାଟନୀ ଟାଇଟଲ ଜିତିଥିଲା। ଉଦ୍‌ଘାଟନୀ ଉତ୍ସବରେ ଟାଇଗର ଶ୍ରଫ୍‌ ଏବଂ ଦିଶା ପଟାନିଙ୍କ ନୃତ୍ୟ ଦର୍ଶକଙ୍କୁ ଆମୋଦିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri