ଉଦ୍‌ଯାପିତ ହେଲା ନୟାଗଡ଼ ଜିଲା ମହୋତ୍ସବ

ନୟାଗଡ଼ ଅଫିସ,୨୯।୧୨- ୫ ଦିନ ଧରି ସ୍ଥାନୀୟ ଖେଳପଡ଼ିଆରେ ଚାଲି ଆସୁଥିବା ନୟାଗଡ଼ ଜିଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୦୧୯ର ଶନିବାର ଉଦ୍‌ଯାପିତ ହୋଇଛି। ଜିଲାପାଳ ଡା. ପୋମା ଟୁଡ଼ୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ରାଜ୍ୟର ୩୦ ଜିଲା ଭିତରୁ ଓଡ଼ିଶାର କଳା , ସଂସ୍କୃତି ଓ ଐତିହ୍ୟକୁ ବଞ୍ଚାଇ ରଖିଥିବା ଜିଲା ନୟାଗଡ଼ ବୋଲି ପ୍ରକାଶ କରିଥିଲେ। କଳା, ସଂସ୍କୃତି, ଜ୍ୟୋତିର୍ବିଜ୍ଞାନୀ କ୍ଷେତ୍ରରେ ଜିଲାର ମହାପୁରୁଷମାନେ ସେମାନଙ୍କର ପାରଦର୍ଶିତା ଦେଖାଇ ଆସିଛନ୍ତି। ବର୍ତ୍ତମାନ କଳା, ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ହେଉଥିବା ମହୋତ୍ସବ ଏକ ପ୍ରଂଶସନୀୟ କାର୍ଯ୍ୟ । ନୟାଗଡ଼ ଜିଲାକୁ ଏକ ଶ୍ରେଷ୍ଠ ଜିଲାର ପରିଣତ କରିବା ପାଇଁ ସମସ୍ତେ ବ୍ରତୀ ହେବା ପାଇଁ ସେ ଆହ୍ବାନ ଦେଇଥିଲେ। ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଅତିଥି ଭାବେ ଯୋଗ ଦେଇ ଜିଲା ମହୋତ୍ସବ ତାର ଉତ୍କର୍ଷତା ପ୍ରତିପାଦନ କରୁଥିବା ପ୍ରକାଶ କରିଥିଲେ। ଜିଲା ପରିଷଦ ଉପାଧ୍ୟକ୍ଷ ଅଖିଳ କୁମାର ଜାନୀ ସମ୍ମାନିତ ଅତିଥିଭାବେ ଯୋଗ ଦେଇ ନୟାଗଡ଼ ଜିଲାର ଗରିମା ବିଷୟରେ ବର୍ଣ୍ଣନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ, ପିଡି ସୁବାସ ଚନ୍ଦ୍ର ରାୟ , ଉପ ଜିଲାପାଳ ଲଗ୍ନଜିତ ରାଉତ, ଏସ୍‌ପି ଶଶିଭୂଷଣ ଶତପଥୀ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ । ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ପରେ ବର୍ଷା ଡ୍ୟାନ୍ସ ଗ୍ରୁପ୍‌ ନୟାଗଡ଼ ପକ୍ଷରୁ ବନ୍ଦନା ପରିବେଷଣ କରାଯାଇଥିଲା। ଏହା ପରେ ଓଡ଼ିଆ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ଗୀତ ଶୀତୁଆ ସନ୍ଧ୍ୟାକୁ ମତୁଆଲା କରିଥିଲା। ଅଭିଜିତ୍‌ଙ୍କ ଗୀତ ଶୁଣିବା ପାଇଁ ପ୍ରବଳ ଭିଡ଼ ଜିମିଥିଲା। ୨ ପ୍ଲାଟୁର୍ନ ଫୋର୍ସ ମୁତୟନ ହୋଇ ଶାନ୍ତି ଶୃଙ୍ଖଳା ବଜାୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri