Posted inଜାତୀୟ

ଉନ୍ନାଓ ପୀଡ଼ିତା ପରିବାରର ଦାବି: ଅଭିଯୁକ୍ତଙ୍କୁ ମିଳୁ ହାଇଦ୍ରାବାଦ ଭଳି ଦଣ୍ଡ

ନୂଆଦିଲ୍ଲୀ,୮ା୧୨(ପି.ଟି.): ଅର୍ଦ୍ଧଦଗ୍ଧ ଉନ୍ନାଓ ପୀଡିତା ଶୁକ୍ରବାର ରାତିରେ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଆଖି ବୁଜିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଅଭିଯୁକ୍ତମାନଙ୍କୁ ହାଇଦ୍ରାବାଦ ଭଳି ଏନ୍‌କାଉଣ୍ଟର କରାଯିବାକୁ କିମ୍ବା ଫାଶୀ ଦେବାକୁ ପୀଡିତାଙ୍କ ପରିବାର ସଦସ୍ୟମାନେ ଦାବି କରିଛନ୍ତି। ଯୌନ ହିଂସାର ଶିକାର ହୋଇଥିବା ଯୁବତୀଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବାରେ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବିଫଳ ହୋଇଥିବାରୁ ତାଙ୍କର ଇସ୍ତଫା ଦାବି କରିଛନ୍ତି ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ। ପୀଡିତାଙ୍କ ପରିବାରକୁ ନ୍ୟାୟ ଦାବିରେ ସେ ରାଜ୍ୟ ବିଧାନସଭା ଆଗରେ ଧାରଣାରେ ବସିଛନ୍ତି। ଶନିବାରକୁ ସେ କଳାଦିବସ ବୋଲି କହିବା ସହ ଗଣବଳାତ୍କାର ପୀଡ଼ିତାଙ୍କ ମୃତ୍ୟୁ ପାଇଁ ସରକାରଙ୍କୁ ଦାୟୀ କରିଛନ୍ତି। ଫାଷ୍ଟଟ୍ରାକ୍‌ କୋର୍ଟରେ ମାମଲାର ବିଚାର କରାଯାଇ ପୀଡ଼ିତାଙ୍କ ପରିବାରକୁ ତୁରନ୍ତ ନ୍ୟାୟ ପ୍ରଦାନ କରାଯାଉ ବୋଲି ବିରୋଧୀମାନେ ଦାବି କରିଛନ୍ତି।
ଶରୀର ଅତ୍ୟଧିକ ପୋଡ଼ିଯାଇଥିବାରୁ ପୀଡିତାଙ୍କ ମୃତ୍ୟୁ ଘଟିଲା ବୋଲି ଶବ ବ୍ୟବଚ୍ଛେଦ ରିପୋର୍ଟରେ କୁହାଯାଇଛି। ବ୍ୟବଚ୍ଛେଦ କରାଯାଇ ପୀଡ଼ିତାଙ୍କ ଗାଁରେ ମୃତଦେହ ପହଞ୍ଚତ୍ବା ପରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ତାଙ୍କ ଝିଅଙ୍କ ମୃତ୍ୟୁ ପାଇଁ ଯେଉଁମାନେ ଦାୟୀ ସେମାନଙ୍କର ବଞ୍ଚତ୍ରହିବାର ଅଧିକାର ନାହିଁ। ତେଣୁ ସେମାନଙ୍କୁ ପୋଲିସ ଏନ୍‌କାଉଣ୍ଟରରେ କିମ୍ବା ଫାଶୀ ଦେଇ ମାରିଦିଆଯାଉ ବୋଲି ପୀଡିତାଙ୍କ ବାପା କହିଥିଲେ। ପୀଡ଼ିତାଙ୍କ ଭାଇ ମଧ୍ୟ ସମାନ ଦାବି କରିଥିଲେ। ଗୁରୁବାର ଉନ୍ନାଓ ପୀଡିତା କୋର୍ଟ ଯାଉଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ସେମାନେ ପୀଡିତାଙ୍କ ଉପରେ କିରୋସିନ ଢାଳି ନିଆଁ ଲଗାଇଦେବାରୁ ଶରୀରର ୯୦ ଭାଗ ପୋଡିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଲକ୍ଷ୍ନୌର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଏୟାର ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦିଲ୍ଲୀ ନିଆଯାଇ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାତିରେ ତାଙ୍କର ହୃଦ୍‌ଘାତରେ ପରଲୋକ ହୋଇଥିଲା।
ଉନ୍ନାଓ ପୀଡିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାର ସଦସ୍ୟମାନଙ୍କୁ ସମବେଦନା ଜଣାଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଫାଷ୍ଟଟ୍ରାକ୍‌ କୋର୍ଟରେ ମାମଲାର ବିଚାର କରାଯାଇ ତୁରନ୍ତ ନ୍ୟାୟ ପ୍ରଦାନ କରାଯିବ ବୋଲି ଯୋଗୀ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହିତ ସେ ପୀଡିତାଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧ ଭଦ୍ରା ଉନ୍ନାଓ ଯାଇ ପୀଡ଼ିତାଙ୍କ ପରିବାରକୁ ଭେଟିଛନ୍ତି। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପାଇଁ ସେ ଯୋଗୀ ସରକାରଙ୍କୁ ଦାୟୀ କରିଛନ୍ତି। ପୀଡିତାଙ୍କୁ ନ୍ୟାୟ ଦେବାରେ ସରକାର ବିଫଳ ହୋଇଥିବା ପ୍ରିୟଙ୍କା ଟୁଇଟ୍‌ କରିଛନ୍ତି। ଦେଶରେ ମହିଳାଙ୍କ ପ୍ରତି ହିଂସା ବଢ଼ୁଥିବାରୁ ଏଥିପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଦେଶ ଚଳାଉଥିବା ବ୍ୟକ୍ତି ହିଂସାରେ ବିଶ୍ୱାସ କରୁଥିବା ରାହୁଲ କହିଛନ୍ତି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ସରକାରରେ ଆଇନ ଶୃଙ୍ଖଳା ସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଉତ୍ତରପ୍ରଦେଶ ବଳାତ୍କାରର ରାଜଧାନୀରେ ପରିଣତ ହୋଇଥିବା କଂଗ୍ରେସ ସମାଲୋଚନା କରିଛି। ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନାଟେ ଦାବି କରିଛନ୍ତି। ପୀଡ଼ିତାଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରାଇବାକୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ୟୁପି ସରକାରଙ୍କୁ କହିଛନ୍ତି। ଉନ୍ନାଓ ପୀଡ଼ିତାଙ୍କ ମୃତ୍ୟୁ ଘଟିବା ଲଜ୍ଜାଜନକ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିବା ସହ ଅପରାଧୀଙ୍କୁ ରାଜ୍ୟ ସରକାର ଫାଶୀ ଦେବାର ବ୍ୟବସ୍ଥା କରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ!’ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri