Posted inଜାତୀୟ

ଉନ୍ନାଓ ପୀଡିତାଙ୍କୁ ମିଳିଲା ନ୍ୟାୟ: ଦୋଷୀ ସାବ୍ୟସ୍ତ ହେଲେ ସେନ୍‌ଗାର

ନୂଆଦିଲ୍ଲୀ,୧୬।୧୨: ଉନ୍ନାଓ ବଳାତ୍କାର ମାମଲାରେ ଦିଲ୍ଲୀର ତିସ୍‌ ହଜାରୀ କୋର୍ଟ ସୋମବାର ମୁଖ୍ୟ ଅଭିଯୁକ୍ତ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ବହିସ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏଥିରେ ଅଭିଯୁକ୍ତ ଥିବା ଶଶି ସିଂଙ୍କୁ କୋର୍ଟ ନିର୍ଦ୍ଦୋଷ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ଶଶି ସିଂ ପୀଡିତାଙ୍କୁ ଚାକିରି ଦେବାକୁ କହି ସେନ୍‌ଗାରଙ୍କ ପାଖକୁ ନେଇଥିଲେ। ଏହାପରେ ସେନ୍‌ଗାର ତାଙ୍କୁ ବଳାତ୍କାର କରିଥିଲେ ବୋଲି ପୀଡିତା ଅଭିଯୋଗ କରିଥିଲେ। ଆସନ୍ତା ୧୯ ତାରିଖରେ ସେନ୍‌ଗାରଙ୍କ ଦଣ୍ଡ ଘୋଷଣା କରାଯିବ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri