ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.):  ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏମ୍‌ପି ରେଙ୍ଗାଳି ପଞ୍ଚାୟତ ମାର୍କେଟ କମ୍ପେକ୍ସ, ସରପଞ୍ଚଙ୍କ ବିଶ୍ରାମ ପ୍ରକୋଷ୍ଠ, ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟ, କୁଳୁମା ପଞ୍ଚାୟତ ଚିତ୍ତବିନୋଦନ କେନ୍ଦ୍ର, ଖିଣ୍ଡୋ ମାର୍କେଟ କମ୍ପେକ୍ସ, କୋଠ ଘର, ନୀଳାପଶି ଗୋଷ୍ଠୀକେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ। ଏଥିସହ ରେଙ୍ଗାଳି କଲ୍ୟାଣ ମଣ୍ଡପ, କୁଳୁମା ମାର୍କେଟ କମ୍ପେକ୍ସ, ତେଲିପଶି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ରବିଚନ୍ଦ୍ର ହାଇସ୍କୁଲ ଫାଟକ ଏବଂ ପାଚେରି ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ ସେ ଜନସାଧାରଣଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରି ସମସ୍ୟା ପଚାରି ବୁଝିଥିଲେ। ଅଧ୍ୟକ୍ଷା ନମିତା ସାହୁ, ସରପଞ୍ଚ ରଶ୍ମିତା ସେଠୀ, ନିଶାକର ବିଶ୍ୱାଳ, ସମିତିସଭ୍ୟା ରୀନା ପାତ୍ର, ବାସନ୍ତୀ ପ୍ରଧାନ, ନାଏବ ସରପଞ୍ଚ ମନୋରମା ପ୍ରଧାନ, ବୀଣାପାଣି ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ସୁନୀଲ ପ୍ରଧାନ, ନିର୍ମଳ ସାହୁ, ଶଶିଶେଖର ସିଂ, ଶୁରେଶ ଧଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ଏହି ପରିପ୍ରେକ୍ଷୀରେ ଏମ୍‌ପି ନୀଳାପଶି ରବିଚନ୍ଦ୍ର ହାଇସ୍କୁଲରେ ଚାଲିଥିବା ବାର୍ଷିକ କ୍ରୀଡ଼ା ଉତ୍ସବର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ବ୍ଲକ ଅଧ୍ୟକ୍ଷା, ଏବିଡିଓ ରାହାସ ଚନ୍ଦ୍ର ନାଏକ ପ୍ରମୁଖ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ବାରିକଙ୍କ ସଭାପତିତ୍ୱରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷକ ବସନ୍ତ ସାହୁ ଅତିଥି ପରିଚୟ ଏବଂ ଅନନ୍ତ ଚରଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri