ଉପକୂଳ ଅତିକ୍ରମ କରୁଛି ‘ଅମ୍ଫନ୍‌’: ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ଝଡ଼ବର୍ଷା, ଅପରାହ୍ନ ସୁଦ୍ଧା ପବନର ବେଗ ଆହୁରି ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଉତ୍ତର, ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ପାରାଦୀପଠାରୁ ୧୨୦ କିମି, ପାରାଦୀପର ଦକ୍ଷିଣ ପୂର୍ବ ଦିଗରୁ ୧୨୩ କିମି, ପଶ୍ଚିମବଙ୍ଗର ଦୀଘାଠାରୁ ଦକ୍ଷିଣ ପୂର୍ବ ଦିଗ ୧୭୦ କିମି ଏବଂ ବାଂଲାଦେଶର ଖେପୁରାର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗଠାରୁ ୩୨୦ କିମି ଦୂର ଦେଇ ବାତ୍ୟା ଗତି କରୁଛି। ବର୍ତ୍ତମାନ ଏହାର ବେଗ ଘଣ୍ଟା ପ୍ରତି ୧୭୫-୧୮୦ କିମି ରହିଥିବା ପାଣିପାଗ ବିଭାଗ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ଅପରାହ୍ନ ୫ଟାରୁ ୭ଟା ମଧ୍ୟରେ ସୁନ୍ଦରବନ ନିକଟ ଦେଇ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବୁଧବାର ଭୋର୍‌ରୁ ବର୍ଷା ସହ ଝଡ଼ ତୋଫାନ ଲାଗି ରହିଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ମୟୂରଭଞ୍ଜରେ ବର୍ଷା ହେଉଥିବା ସୂଚନା ମିଳିଛି।

ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ପାରାଦୀପରେ ଘଣ୍ଟାପ୍ରତି ୮୯ କିମି ବେଗରେ ପବନ ବହୁଥିବା ବେଳେ ଚାନ୍ଦବାଲିରେ ୭୦, ଭୁବନେଶ୍ୱରରେ ୫୫, ବାଲେଶ୍ୱର ୧୦୦, ପୁରୀ ୫୦ କିମି ବେଗରେ ପବନ ବହୁଛି। ଏଥିସହ ବର୍ଷା ପରିମାଣ ମଧ୍ୟ ବହୁମାତ୍ରାରେ ବଢ଼ିଛି। ପାରାଦୀପରେ ୨୨୩.୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୭୫.୨, ଭୁବନେଶ୍ୱର ୫୮, ବାଲେଶ୍ୱର ୭୧.୩, ପୁରୀ ୯୮.୨ ଏବଂ ଗୋପାଳପୁରରେ ୮.୬ ମିମି ବର୍ଷା ସକାଳ ୯ଟା ସୁଦ୍ଧା ରେକର୍ଡ କରାଯାଇଛି। ବାତ୍ୟା ବର୍ତ୍ତମାନ ଉତ୍ତର, ଉତ୍ତରପୂର୍ବ ଦିଗ ଦେଇ ଘଣ୍ଟାପ୍ରତି ୨୨ କିମି ବେଗରେ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ୬ ଘଣ୍ଟା ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲାରେ ଘଣ୍ଟାପ୍ରତି ୧୧୦-୧୨୫ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri