ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । କିନ୍ତୁ ଏହି ପ୍ରକଳ୍ପକୁ ଲୋକଶକ୍ତି ଅଭିଯାନର ସଭାପତି ତଥା ଗ୍ରୀନ୍‌ ନୋବେଲ୍‌ ପୁରସ୍କାର ବିଜେତା ପ୍ରଫୁଲ ସାମନ୍ତରା ବିରୋଧ କରିଛନ୍ତି। ସାମୁଦ୍ରିକ ପରିବେଶ ପ୍ରତି ଉପକୂଳ ରାଜପଥ ଘାତକ ହେବ ବୋଲି ସେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ।
ସେ କହିଛନ୍ତି ଯେ, ଲୁଣା ଜଙ୍ଗଲ ଧ୍ୱଂସ ହେବା ସହ ଚିଲିକାଠାରୁ ଭିତରକନିକା ପର୍ଯ୍ୟନ୍ତ ସାମୁଦ୍ରିକ ଜୈବବିବିଧତା ଓ ଜୀବଜନ୍ତୁ, ମତ୍ସ୍ୟ ପ୍ରଜାତି ବିନାଶର ଶିକାର ହେବେ। ଏହାଦ୍ୱାରା ଯେଉଁ ବଜାର ଓ ବ୍ୟବସାୟ ନିର୍ମାଣ ସହ ଯାନବାହନ ଚାଲିବ ତାହା ମଧ୍ୟ ସାମୁଦ୍ରିକ ପରିବେଶକୁ କ୍ଷତି କରିବ । ବର୍ଷା ଦିନେ ଜଳ ନିଷ୍କାସନ ବାଧାପ୍ରାପ୍ତ ହେବ। ବାତ୍ୟା ବେଳେ ସମୁଦ୍ରରୁ ଆସୁଥିବା ଜଳ ପୁଣି ଫେରିପାରିବ ନାହିଁ । ପ୍ରାକୃତିକ ବିପର୍ଯ୍ୟୟ ସାଂଘାତିକ ବହୁଗୁଣରେ ବଢ଼ିଯିବ । ଓଡ଼ିଶା ଉପକୂଳ ବାରମ୍ବାର ବାତ୍ୟା ଓ ଝଡ଼ର ଶିକାର ହେଉଛି । ଲୁଣା ଜଙ୍ଗଲ ଓ ପ୍ରାକୃତିକ ସ୍ଥିତି ସୁରକ୍ଷିତ ରହିବା ଦୃୃଷ୍ଟିରୁ ଏହି ପ୍ରକଳ୍ପ ଆଦୌ ଗ୍ରହଣୀୟ ନୁହଁ । ପୁଣି ମତ୍ସ୍ୟଜୀବୀମାନେ ଜୀବିକା ହରାଇବେ । କୌଣସି ପ୍ରକାରେ ଚିଲିକା ଉପରେ ପୋଲ ନିର୍ମାଣ ଏହାର ପ୍ରାକୃତିକ ଭୌଗୋଳିକ ସ୍ଥିତି ପ୍ରତି କ୍ଷତିକାରକ । ଆଶ୍ରୟ ନେଉଥିବା ବିଦେଶୀ ପକ୍ଷୀମାନଙ୍କ ଜୀବନ ପ୍ରତି ବିପଦ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri