ଉପଜିଲାପାଳଙ୍କୁ ଭେଟିଲା ଓକିଲ ସଂଘ: ତହସିଲଦାରଙ୍କ ବିରୋଧରେ ଫେରାଦ

ଅନୁଗୋଳ ଅଫିସ, ୭।୮-ଅନୁଗୋଳ ତହସିଲଦାରଙ୍କ ବିରୋଧରେ ଅଭିଯୋଗ ଆଣିଛି ଓକିଲ ସଂଘ। ମଙ୍ଗଳବାର ଅନୁଗୋଳ ଉପଜିଲାପାଳଙ୍କୁ ଭେଟି ସଂଘ କର୍ମକର୍ତ୍ତାମାନେ ଅଭିଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି। ଏ ନେଇ ଉପଜିଲାପାଳ ବାସୁଦେବ ଶତପଥୀ କହିଛନ୍ତି, ଲିଖିତ ଅଭିଯୋଗ ହେଲେ ଜିଲାପାଳଙ୍କୁ ଅବଗତ କରାଯିବ।
ଅଭିଯୋଗରେ ଓକିଲ ସଂଘ କର୍ମକର୍ତ୍ତାମାନେ ଦର୍ଶାଇଛନ୍ତି ଯେ, ଅନୁଗୋଳ ତହସିଲଦାର ଅନେକ ସମୟରେ କାର୍ଯ୍ୟାଳୟରେ ଅନୁପସ୍ଥିତ ରହୁଛନ୍ତି। କଥା ହେବା ସମୟରେ ଦୁର୍ବ୍ୟବହାର ଦେଖାଉଛନ୍ତି। ଆର୍‌ଟିଆଇରେ ତଥ୍ୟ ମାଗିଲେ ଗାଳିଗୁଲଜ ଆଦି କରୁଛନ୍ତି ବୋଲି ଓକିଲ ସଂଘ ସଭାପତି ଜିତେନ୍ଦ୍ର କୁମାର ସାହୁଙ୍କ ନେତୃତ୍ୱରେ ଯାଇଥିବା ପ୍ରତିନିଧି ଦଳ ଉପଜିଲାପାଳଙ୍କୁ ଅବଗତ କରାଇଛନ୍ତି। ତେବେ ତହସିଲଦାରଙ୍କ ସହ ଯୋଗାଯୋଗ ସମ୍ଭବ ନ ହେବାରୁ ଅଭିଯୋଗ ଉପରେ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ସେ ଭୁବନେଶ୍ୱରରେ ଅନୁଷ୍ଠିତ ଟ୍ରେନିଂ ପ୍ରୋଗ୍ରାମରେ ଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହି ପ୍ରତିନିଧି ଦଳରେ ଓକିଲ ସଂଘର ପୂର୍ବତନ ସଭାପତି ଭୂପେଶ ଚନ୍ଦ୍ର ପ୍ରଧାନ, ଉପସଭାପତି ଦିଲୀପ କୁମାର ସାହୁ, କୋଷାଧ୍ୟକ୍ଷ ଗୋପାଳ ଅଗ୍ରୱାଲ, ସାଂସ୍କୃତିକ ସମ୍ପାଦକ ପ୍ରଶାନ୍ତ କୁମାର ଆଚାର୍ଯ୍ୟ, ବରିଷ୍ଠ ଆଇନଜୀବୀ ଦିବାକର ସାହୁ, ସୁରେଶ ଚନ୍ଦ୍ର ମିଶ୍ର, ଜ୍ୟୋତି ତ୍ରିପାଠୀ, ବୈକୁଣ୍ଠ ନାଥ ଦ୍ୱିବେଦୀ, ସଂଗ୍ରାମ ପ୍ରଧାନ, ନିରୋଦ କୁମାର ମିଶ୍ର, ପ୍ରତାପ ଚନ୍ଦ୍ର ନାଏକ, ରଞ୍ଜନ କୁମାର ପାତ୍ର, ରାଜୀବ ଲୋଚନ ସାହୁ, ଧ୍ରୁବଚରଣ ଦେହୁରୀ, ସୁମନ୍ତ ବିଶ୍ୱାଳ, ସରୋଜ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri