ଉପଜିଲାପାଳଙ୍କୁ ସ୍କ୍ରାପ୍‌ ୱାଚ ଦେଲା ଆଇଟିଆଇ

ବ୍ରହ୍ମପୁର ଅଫିସ, ୨୨ା୪-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଥିବା ଜମାକାରୀଙ୍କୁ ପ୍ରେତ୍ସାହିତ କରାଯିବ। ୧୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ଲୋକଙ୍କୁ ବ୍ରହ୍ମପୁର ସରକାରୀ ଆଇଟିଆଇ ଦ୍ୱାରା ପ୍ରସ୍ତୁତ ସ୍କ୍ରାପ୍‌ ୱାଚ୍‌ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର ଆଇଟିଆଇ ପକ୍ଷରୁ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବଙ୍କୁ ପ୍ରଥମ ସ୍କ୍ରାପ୍‌ରେ ପ୍ରସ୍ତୁତ ଆଣ୍ଟିକ୍ୟୁ ପିସ୍‌ ଅଫ୍‌ ୱାଲ ୱାଚ ପ୍ରଦାନ କରାଯାଇଛି। ଏହି ୱାଚ୍‌ ଏପ୍ରିଲ ୧୭ ପରଠାରୁ ସରକାରଙ୍କ କୋଭିଡ୍‌ -୧୯ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଆର୍ଥିକ ସହାୟତା ପ୍ରଦାନ କରିଥିବା ଲୋକଙ୍କୁ ପ୍ରଦାନ କରାଯିବ। ବର୍ତ୍ତମାନ ଦେଶ ଓ ରାଜ୍ୟରେ କରୋନାର ମୁକାବିଲା ପାଇଁ ସରକାରଙ୍କୁ ଆର୍ଥିକ ସହାୟତାର ହାତ ବଢାଇଥିବା ବ୍ୟକ୍ତିଙ୍କୁ ପ୍ରେତ୍ସାହିତ କରିବା ନେଇ ପ୍ରଶାସନ ଓ ଆଇଟିଆଇ ପକ୍ଷରୁ ମିଳିତ ଭାବେ ଏଭଳି ଉଦ୍ୟମ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୧୦୦ ଜଣଙ୍କୁ ପ୍ରେତ୍ସାହନ ସ୍ବରୂପ ଏହି ୱାଚ ପ୍ରଦାନ କରାଯିବାକୁ ଯୋଜନା କରାଯାଇଛି। ଏହି ୱାଚ ସାଇକେଲର ପୁରୁଣା ଚେନ୍‌ ଓ କ୍ରାଙ୍କଦ୍ୱାରା ପ୍ରସ୍ତୁତ ହୋଇଥିବା ବେଳେ ପ୍ରତି ୱାଚ ପ୍ରସ୍ତୁତ ପାଇଁ ୧୦୦ ରୁ ୧୩୫ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଖୁବ ଶୀଘ୍ର ଆଇଟିଆଇ ପକ୍ଷରୁ ୧୦୦ ସ୍କ୍ରାପ୍‌ ସାମଗ୍ରୀରେ ପ୍ରସ୍ତୁତ ୱାଚ ପ୍ରଦାନ କରାଯିବ ନେଇ ଆଇଟିଆଇ ଅଧ୍ୟକ୍ଷ ଡ. ରଜତ ପାଣିଗ୍ରାହୀ ସୂଚାଇଛନ୍ତି। ୱାଚ୍‌ ପ୍ରଦାନ ବେଳେ ଆଇଟିଆଇର ଅଧ୍ୟକ୍ଷଙ୍କ ସମେତ କିଛି ଶିକ୍ଷକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri