Posted inଜାତୀୟ

ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର:ପାକ୍‌ ଆଣୁଛି ୧୦୦ ଆଫ୍‌ଗାନ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩ା୮(ପି.ଟି.):ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତିରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଉପତ୍ୟକାରେ ବଡ଼ଧରଣର ଆକ୍ରମଣ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ଆଫଗାନିସ୍ତାନରୁ ୧୦୦ ଆତଙ୍କବାଦୀଙ୍କୁ କଶ୍ମୀରକୁ ଆଣୁଛି। ସେମାନେ ଉପତ୍ୟକା ସମେତ ଦେଶର ବିଭିନ୍ନ ସ୍ଥାନରେ ଆକ୍ରମଣ କରି ଅସ୍ଥିରତା ସୃଷ୍ଟି କରିପାରନ୍ତି ବୋଲି ଗୁରୁବାର ଗୋଇନ୍ଦା ରିପୋର୍ଟ ପ୍ରକାଶ ପାଇବା ପରେ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି।
ସୂଚନାନୁସାରେ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଜମ୍ମୁ-କଶ୍ମୀରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଆକ୍ରମଣ କରିପାରନ୍ତି। ସେମାନଙ୍କ ଟାର୍ଗେଟରେ କଶ୍ମୀରର ସେନା ଶିବିର ଓ ଭାରତର ଅନେକ ସହର ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଆକ୍ରମଣ କରିବା ପାଇଁ ୧୫ ଜେଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀ ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ ଅନୁପ୍ରବେଶ ଅପେକ୍ଷାରେ ରହିଛନ୍ତି। ପାକ୍‌-ଅଧିକୃତ କଶ୍ମୀର (ପିଓକେ)ର ଲିପା ଉପତ୍ୟକାରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଗୋଇନ୍ଦା ସୂଚନା ମିଳିଛି। ଜେଇଏମ୍‌ ମୁଖ୍ୟ ମୌଲାନା ମାସୁଦ୍‌ ଆଝାରଙ୍କ ଭାଇ ମୁଫ୍‌ତି ରୌଫ୍‌ ଅସ୍‌ଘର ବାହଓ୍ବଲପୁରସ୍ଥିତ ସଙ୍ଗଠନର ମୁଖ୍ୟାଳୟରେ ଶୀର୍ଷ କମାଣ୍ଡରମାନଙ୍କୁ ନେଇ ଗତ ୧୯ ଓ ୨୦ ତାରିଖରେ ବୈଠକ କରିଛନ୍ତି। କଶ୍ମୀରରେ ଦୁର୍ଦ୍ଦାନ୍ତ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଉକ୍ତ ବୈଠକର ମୁଖ୍ୟ ଏଜେଣ୍ଡା ଥିଲା। ଭାରତୀୟ ସୁରକ୍ଷା ବଳ ପକ୍ଷରୁ ଚାଲିଥିବା ଅପରେଶନ୍‌ର ସାମ୍ନା କରିବା ପାଇଁ ସେଠାର ଆତଙ୍କବାଦୀମାନେ ସକ୍ଷମ ନୁହନ୍ତି। କଶ୍ମୀରରେ ସ୍ଥାନୀୟ ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ମଧ୍ୟରେ ନେତୃତ୍ୱ ସଙ୍କଟ ଲାଗିରହିଛି। ତେଣୁ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରୁ ଶତାଧିକ ଆତଙ୍କବାଦୀଙ୍କୁ ଆଣି କଶ୍ମୀରରେ ଆକ୍ରମଣ କରାଇବାକୁ ପାକିସ୍ତାନ ଯୋଜନା କରୁଥିବା ସେନା ସୂତ୍ରରୁ ପ୍ରକାଶ। କଶ୍ମୀର ସମ୍ପର୍କିତ କେନ୍ଦ୍ରର ନିଷ୍ପତ୍ତି ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଭାରତକୁ ଯୁଦ୍ଧଭୟ ଦେଖାଇ ପୁଣିଥରେ ପୁଲଓ୍ବାମା ଭଳି ଆକ୍ରମଣ ହୋଇପାରେ ବୋଲି ଧମକ ଦେଇଥିଲେ।
ପ୍ରକାଶ ଯେ, କେନ୍ଦ୍ର ସରକାର ଗତ ୫ ତାରିଖରେ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ପାକିସ୍ତାନ ଏହି ପ୍ରସଙ୍ଗକୁ ନେଇ ଅନ୍ତର୍ଜାତୀୟ ସମୁଦାୟର ଦୃଷ୍ଟି ଆକର୍ଷଣ କରିବା ସହ ଜାତିସଂଘ ଯାଏ ଟାଣିଥିଲା। ହେଲେ ପାକିସ୍ତାନକୁ ସବୁଠି ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri