ଉପଭୋକ୍ତାଙ୍କୁ ସେସୁର ୪% ରିହାତି: ମାର୍ଚ୍ଚ, ଏପ୍ରିଲ୍‌ର ବିଲ୍‌ରେ ଅତିରିକ୍ତ ଭାବେ ମିଳିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ମାର୍ଚ୍ଚ ୨୫ ତାରିଖରୁ ସମଗ୍ର ଦେଶରେ ଲକ୍‌ଡାଉନ ଜାରି ରହିଛି। ବନ୍ଦ ଯୋଗୁ ଜନସାଧାରଣ ସେମାନଙ୍କର ବିଦ୍ୟୁତ୍‌ ବିଲ୍‌ ନିର୍ଦ୍ଧାରିତ ସମୟରେ ପଇଠ କରିନାହାନ୍ତି। ଲକ୍‌ଡାଉନକୁ ଦେଖି ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିିଲିଟି(ସେସୁ) ଉପଭୋକ୍ତାଙ୍କ ପାଇଁ ମାର୍ଚ୍ଚ ଏବଂ ଏପ୍ରିଲ ମାସ ଲାଗି ଅତିରିକ୍ତ ୪ ପ୍ରତିଶତ ରିହାତି ଦେବାକୁ ଘୋଷଣା କରିଛି। ଯେଉଁ ଉପଭୋକ୍ତାମାନେ ମାର୍ଚ୍ଚ ମାସର ବିଲ୍‌ ନିର୍ଦ୍ଧାରିତ ସମୟ ଅର୍ଥାତ୍‌ ସେହି ମାସର ୨୧ରୁ ୩୧ ତାରିଖ ମଧ୍ୟରେ ପଇଠ କରିନାହାନ୍ତି ସେମାନଙ୍କୁ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ। ପୂର୍ବରୁ ଥିବା ରିହାତି ଉପରେ ଏହି ଅତିରିକ୍ତ ୪ ପ୍ରତିଶତ ରିହାତି ପ୍ରଦାନ କରାଯିବ। ଏପ୍ରିଲରେ ବିଲ୍‌ ପୈଠ କଲେ ବିଦ୍ୟୁତ ଉପଭୋକ୍ତା ଏହି ସୁବିଧା ପାଇପାରିବେ। ଏ ନେଇ ଗୁରୁବାର ସେସୁ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ଯେ, ଲକ୍‌ଡାଉନ ସମୟରେ ସେସୁ ପକ୍ଷରୁ ୨୭ ଲକ୍ଷ ପରିବାରଙ୍କୁ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯାଇଛି। ସେସୁର ରାଜ୍ୟରେ ଥିବା ୩୦୦ କାର୍ଯ୍ୟାଳୟର ୮୦୦ କର୍ମଚାରୀଙ୍କ ଦିନରାତି ପରିଶ୍ରମ ଯୋଗୁ ଏହା ସମ୍ଭବ ହୋଇପାରିଛି। ବିଦ୍ୟୁତ ଦେୟ ଡିଜିଟାଲ ମୋଡ୍‌ରେ ହୋଇପାରୁଛି। ମୋବାଇଲ ଆପ୍‌, ଡେବିଟ ଓ କ୍ରେଡିଟ କାର୍ଡ ଜରିଆରେ ଦେୟ ପଇଠ କରିବାକୁ ସେସୁ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri