Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା

ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି। ସୋମବାର ସେ ହରିୟାଣାର ସିରସାରେ ପହଞ୍ଚି ସାଧାରଣ ଭୋଟରଙ୍କ ସହ ମିଶିଛନ୍ତି। ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ ସବୁ ପ୍ରକାର ସୁବିଧା ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇଛନ୍ତି। ସୂଚନାଯୋଗ୍ୟ, ରବିବାର ଦୀପାବଳି ଅବସରରେ ହରିୟାଣା ବିଧାନସଭାର ନୂଆ ସରକାର ଗଠନ କରାଗଲା। ଏଥର ଭାଜପା ଓ ଜେଜେପି ମେଣ୍ଟରେ ସରକାର ଗଠନ କରାଗଲା। କାରଣ ୨୧ରେ ହୋଇଥିବା ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିବାରୁ ଭାଜପା-ଜେଜେପି ମେଣ୍ଟରେ ସରକାର ଗଠନ କରାଗଲା। ଏଥିରେ ଭାଜପା ନେତା ତଥା ହରିୟାଣାର ଗତଥରର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ବେଳେ ଜେଜେପି ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ ଭାବେ ଉପଥ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri