ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ

ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍‌ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ କାଖରେ ନିଜର ୩ବର୍ଷର ଛୁଆକୁ ଧରି କରୋନା ସଚେତନତା କରୁଛନ୍ତି କୋରାପୁଟ ଜିଲା ଜୟପୁର ବ୍ଲକ ବାରିଣିପୁଟ ଗାଦଲାବାଡ଼ି ଗ୍ରାମର ମାମି ଖିଲ। କୋରାପୁଟ ଜିଲା ଜୟପୁର ଘାଟି ପାହାଡ଼ ଘେରା ଉପାନ୍ତ ଆଦିବାସୀ ଅଞ୍ଚଳରେ ସଚେତନ କରାଇବା ଭୁଲିଯାଇଛି ପ୍ରଶାସନ। ଏପରିକି ଜୟପୁର ସହରଠାରୁ ମାତ୍ର ୧୦ କି.ମି. ଦୂର ପାହାଡ଼ ଉପରେ ରହୁଥିବା ଆଦିବାସୀ ଲୋକଙ୍କୁ ସରପଞ୍ଚ କିମ୍ବା ବିଡିଓ ସଚେତନତା କରିନାହାନ୍ତି। ଏଭଳି ପରିସ୍ଥିତିରେ ନିଜ ଗାଁକୁ ଯେପରି କରୋନା ଛୁଇଁ ନ ପାରିବ ଏହି ଚିନ୍ତାଧାରା ନେଇ ମାମି ସଚେତନତା ଜାରି ରଖିଛନ୍ତି। ସେ ଗ୍ରାମର ପ୍ରତି ଘରକୁ ଯାଇ ଲୋକଙ୍କୁ ସଚେତନ କରୁଛନ୍ତି। ସାବୁନରେ ବାରମ୍ବାର ହାତ ଧୋଇବା, ମାସ୍କ ବ୍ୟବହାର କରିବା ଓ ସାମାଜିକ ଦୂରତା ରକ୍ଷା କରିବା ଲାଗି ଗ୍ରାମବାସୀଙ୍କୁ ଶପଥପାଠ କରାଉଛନ୍ତି। ମାମିଙ୍କ ଏପରି ପ୍ରୟାସ ଯୋଗୁ ଗ୍ରାମରେ କରୋନା ପଶିପାରିବ ନାହିଁ ବୋଲି ବିଶ୍ୱାସ ରହିଛି ସମସ୍ତଙ୍କର।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri