ଉପାନ୍ତ ସହରର ଆକର୍ଷଣ ପ୍ରେମ ପାହାଡ଼

ରାୟଗଡ଼ା ଜିଲାର ୩୫ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଁ ଜିଲା ପ୍ରଶାସନ ପର୍ଯ୍ୟଟନ ବିଭାଗକୁ ଯେଉଁ ପ୍ରସ୍ତାବ ତାଲିକା ପଠାଇଛନ୍ତି ସେଥିରେ ପ୍ରେମ ପାହାଡ଼ ରହିଛି। ରାୟଗଡା ସହରରେ ଥିବା ଲଣ୍ଡା ପାହାଡର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମେ ଜିଲା ପ୍ରଶାସନ ତାହାର ନାମ ପ୍ରେମ ପାହାଡ଼ ରଖି ଏକ ସୁନ୍ଦର ପର୍ଯ୍ୟଟନ ସ୍ଥଳୀର ରୂପରେଖ କରିଥିଲା। ତକତ୍ାଳୀନ ଜିଲାପାଳ ଗୁହା ପୁନମ ତାପସ କୁମାର ପର୍ଯ୍ୟଟନ ବିଭାଗକୁ ଏହାର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରସ୍ତାବ ଦେଇଥିଲେ। ଏଥିପାଇଁ ୪କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୦୧୭ ମାର୍ଚ୍ଚ ୩ରେ ୧କୋଟି ଓ ୨୦୧୮ ଜାନୁୟାରୀ ୧୨ରେ ୨କୋଟି ୧୮ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର କରାଯାଇଥିଲା। ବର୍ତ୍ତମାନ ପ୍ରେମ ପାହାଡର ସୌନ୍ଦର୍ଯ୍ୟକରଣ ତଥା ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଚାଲୁରହିଛି। ଭାରପ୍ରାପ୍ତ ଜିଲା ପର୍ଯ୍ୟଟନ ଅଧିକାରୀ ସୁରେନ୍ଦ୍ର ଲିମାଙ୍କଠାରୁ ମିଳିଥିବା ସୂଚନା ପ୍ରକାରେ, ଏହାର କାର୍ଯ୍ୟ ଓଟିଡିସି (ଓଡିଶା ପର୍ଯ୍ୟଟନ ଉନ୍ନୟନ ସଂସ୍ଥା) ଦ୍ୱାରା କରାଯାଉଛି। ପ୍ରେମ ପାହାଡର ଚତୁଃପାର୍ଶ୍ୱରେ ୯୦୦ମିଟର ବୃତ୍ତାକାରରେ ସହରବାସୀଙ୍କ ପାଇଁ ପାଦଚଲା ପଥ ନିର୍ମାଣ କରାଯାଇଛି। ତଳୁ ବସି ପାହାଡର ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ ୨୯ଟି ଚେୟାର ବ୍ୟବସ୍ଥା କରାଯାଇଛି। ସେହିପରି ପାହାଡର ଚାରିପଟ ପାଚେରି ନିର୍ମାଣ କରାଯାଇଥିବା ବେଳେ ୩ଟି ମୁଖ୍ୟଦ୍ୱାର ନିର୍ମାଣ କରାଯାଇଛି। ପାଦଚଲା ରାସ୍ତା କଡରେ ସିମେଣ୍ଟ କୁଣ୍ଡରେ ବିଭିନ୍ନ କିସମର ଫୁଲଗଛ ଲଗାଯିବା ପାଇଁ ଯୋଜନା ରହିଛି। ଏଥିସହ ପାହାଡ ଉପରେ ୨ଟି ଡେକୋରେଟିଭ୍‌ ଭିଉ ପଏଣ୍ଟ, ଲୋକେ ବସି ଚା’ପିଇବା ପାଇଁ ଟି-ହାଉସ ଓ ୨ଟି ମସ୍‌ରୁମ୍‌ ହାଉସ୍‌ (ଛତୁ ଆକାରର ଘର) ନିର୍ମାଣ କରାଯାଇଛି। ଆଗାମୀ ଦିନରେ ଏହାର ଚତୁଃପାର୍ଶ୍ୱରେ ଆଲୋକ ବ୍ୟବସ୍ଥା କରାଯିବ। ପ୍ରେମ ପାହାଡର ପାଦଚଲା ରାସ୍ତା ନିର୍ମାଣ ହୋଇସାରିଥିବା ଯୋଗୁ ଏଠାକୁ ପ୍ରତିଦିନ ସକାଳେ, ସନ୍ଧ୍ୟାରେ ବରିଷ୍ଠ ନାଗରିକଙ୍କଠାରୁ ଆରମ୍ଭ କରି ମହିଳା, ପୁରୁଷ, ଯୁବକ ଭ୍ରମଣରେ ଆସିଥାନ୍ତି। ପାହାଡର ଗୋଟିଏ ଭାଗରେ ମହାକାଳେଶ୍ୱରଙ୍କ ଏକ ବିରାଟ ମୂର୍ତ୍ତି ରହିଛି। ଅନ୍ୟଭାଗରେ ଶ୍ରୀ ଗଣେଶ, ଶିବ ମନ୍ଦିର ନିର୍ମାଣ ମଧ୍ୟ କରାଯାଇଛି। ଏହି ପ୍ରେମ ପାହାଡକୁ ସବୁଜବନାନୀରେ ପରିପୂର୍ଣ୍ଣ କରିବା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ସହରର ବହୁ ସ୍ବେଚ୍ଛାସେବୀ ସଙ୍ଗଠନ ଅନେକ ସମୟରେ ଚାରାରୋପଣ କରୁଛନ୍ତି। ବର୍ତ୍ତମାନ ପାହାଡର ଏକ ତୃତୀୟାଂଶରେ କୃତ୍ରିମ ଜଙ୍ଗଲ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri