ଉପ ଶାସନ ସଚିବଙ୍କୁ ସିଧା ଫାଇଲ ଦେବେ ଏଏସ୍‌ଓ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସହକାରୀ ଉପବିଭାଗ ଅଧିକାରୀ(ଏଏସ୍‌ଓ) ଫାଇଲ କାର୍ଯ୍ୟ ସମାପ୍ତ କରି ଉପବିଭାଗ ଅଧିକାରୀ(ଏସ୍‌ଓ) ଏବଂ ଡେସ୍କ ଅଫିସର(ଡିଓ)ଙ୍କୁ ଦାଖଲ କରିବେ ନାହିଁ। ଏଏସ୍‌ଓମାନେ ପାଇଥିବା କାର୍ଯ୍ୟକୁ ସ୍ବାଧୀନଭାବେ ଉପ/ଯୁଗ୍ମ/ଅତିରିକ୍ତ ସଚିବଙ୍କୁ ସିଧାସଳଖ ଦେବେ। ସେହିପରି ବିଭିନ୍ନ ଯୋଜନା ଓ ପ୍ରକଳ୍ପ ସମ୍ପର୍କିତ ସ୍ବତନ୍ତ୍ର ଦାୟିତ୍ୱ ମଧ୍ୟ ଏଏସ୍‌ଓଙ୍କୁ ପ୍ରଦାନ କରାଯିବ। ଏସମ୍ପର୍କରେ ଏକ ଚିଠି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ପକ୍ଷରୁ ସମସ୍ତ ବିଭାଗୀୟ ସଚିବମାନଙ୍କୁ ଲେଖାଯାଇଛି। ସେହିପରି ଏଏସ୍‌ଓମାନେ ନିୟମିତ ବ୍ୟବଧାନରେ ବିଭାଗୀୟ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ସହ ଆଲୋଚନା କରିବା ସହ କ୍ଷେତ୍ର ପରିଦର୍ଶନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏବଂ ଉନ୍ନୟନ କମିଶନରଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଯୋଜନା ଓ ପ୍ରକଳ୍ପ ସମ୍ପର୍କିତ ପାୱାରପଏଣ୍ଟ ପ୍ରେଜେଣ୍ଟଟେସନ୍‌(ପିପିଟି) ପ୍ରସ୍ତୁତିରେ ମଧ୍ୟ ଏଏସ୍‌ଓମାନଙ୍କ ସକ୍ରିୟ ଅଂଶଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଅନୁରୂପଭାବେ ଏଏସ୍‌ଓମାନେ ବିଭିନ୍ନ ବିଭାଗରେ ଥିବା ପ୍ରକଳ୍ପ ପରିଚାଳନା ୟୁନିଟ୍‌(ପିଏମ୍‌ୟୁ) କାର୍ଯ୍ୟାବଳୀରେ ନିଜକୁ ସାମିଲ କରି ଜ୍ଞାନାର୍ଜନ ଉପରେ ଗୁରୁତ୍ୱ ଦିଆଯାଇଛି। ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଏହି ନିର୍ଦ୍ଦେଶ ସମ୍ପୂର୍ଣ୍ଣ ନୁହେଁ, ବିଭାଗ ନିଜସ୍ବ ଭାବେ ମଧ୍ୟ ଦାୟିତ୍ୱ ଦେଇପାରିବ। ପରବର୍ତ୍ତୀ ସଚିବସ୍ତରୀୟ ବୈଠକରେ ଏନେଇ ବିସ୍ତୁତ ଆଲୋଚନା ହେବ ବୋଲି ଜଣାପଡିଛି। ଉଲ୍ଲେଖଯୋଗ୍ୟ, ଗତ ସପ୍ତାହରେ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ନବ ନିଯୁକ୍ତ ଏବଂ କାର୍ଯ୍ୟରତ ଏଏସ୍‌ଓମାନଙ୍କ ସହ ଭାବ ବିନିମୟ କରିଥିଲେ। ଏହି ସମୟରେ ନବ ନିଯୁକ୍ତ ଅଧିକାରୀଙ୍କ କାର୍ଯ୍ୟଶୈଳୀ ଅଧିକ ଯାନ୍ତ୍ରିକ ହେବା ଦୃଷ୍ଟିକୁ ଆସିଛି। ବିଶେଷଭାବେ ମୁଖ୍ୟ ଶାସନ ସଚିବ କଥା ହୋଇଥିବା ୬୧ ଏଏସ୍‌ଓଙ୍କୁ ପ୍ରଶାସନିକ କାର୍ଯ୍ୟଧାରାରେ ପୂର୍ଣ୍ଣାଙ୍ଗ ଉପଯୋଗ କରାଯାଇ ନ ଥିବା ଅନୁଭବ କରାଯାଇଥିଲା। ତେଣୁ ଏଥିରେ ପରିବର୍ତ୍ତନ ଆଣିବା ପାଇଁ ଉପରୋକ୍ତ ପଦକ୍ଷେପ ନେଇ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri