Posted inଖେଳ

ଉମର ଅକ୍‌ମଲ ୩ ବର୍ଷ ବାସନ୍ଦ

କରାଚୀ, ୨୮ା୪ (ପି.ଟି.)-ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବ୍ୟାଟ୍ସମ୍ୟାନ ଉମର ଅକମଲଙ୍କୁ ୩ବର୍ଷ ପାଇଁ ବାସନ୍ଦ କରିଛି। ଦେଶର ପ୍ରମୁଖ ଟି୨୦ ଟୁର୍ନାମେଣ୍ଟ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ପୂର୍ବରୁ ଫିକ୍ସିଂ ପାଇଁ ତାଙ୍କୁ ପ୍ରଲୋଭିତ କରାଯାଇଥିବା ବିଷୟକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ସେ ଜଣାଇ ନଥିଲେ। ୨୯ ବର୍ଷୀୟ ଏହି କ୍ରିକେଟର ଜଣକ ଦୁର୍ନୀତି ନିରୋଧୀ ଆଚରଣ ବିଧି ଧାରା ୨.୪.୪ ଅନ୍ତର୍ଗତ ଦୁଇଟି ନିୟମ ଉଲ୍ଲଂଘନ କରିଥିଲେ। ଫେବୃୟାରୀରେ ପିସିବିର ଡିସିପ୍ଲିନାରୀ ପ୍ୟାନେଲ ଦ୍ୱାରା ତଦନ୍ତ ଆରମ୍ଭ ହେବା ମାତ୍ରେ ଉମରଙ୍କୁ ତୁରନ୍ତ ସସ୍‌ପେଣ୍ଡ କରାଯାଇଥିଲା। ଅବସରପ୍ରାପ୍ତ ବିଚାରପତି ଫଜଲ -ଇ-ମିରାନ ଚୌହାନଙ୍କ ଅଧ୍ୟକ୍ଷତାରେ ଗଠିତ ଡିସିପ୍ଲିନାରୀ ପ୍ୟାନେଲ ଉମର ଅକମଲଙ୍କୁ କ୍ରିକେଟର ସମସ୍ତ ପ୍ରକାର କାର୍ଯ୍ୟକଳାପରୁ ୩ ବର୍ଷ ପାଇଁ ବାସନ୍ଦ କରିଛି। ଉମର ହେଉଛନ୍ତି ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ କମରାନ ଅକମଲଙ୍କ ସାନ ଭାଇ। ସେ ଦେଶ ତରଫରୁ ୫୩ ଟେଷ୍ଟ, ୫୮ ଟି୨୦ ଏବଂ ୧୫୭ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଛନ୍ତି। ବର୍ତ୍ତମାନର ଅଧିନାୟକ ବାବର ଆଜାମଙ୍କର ସେ ହେଉଛନ୍ତି ଜଣେ ସମ୍ପର୍କୀୟ ଭାଇ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?