ଉଲ୍ଲଂଘନକାରୀଙ୍କୁ ସାବାଡ୍‌ କର: ଡିଜିପି

ଢେଙ୍କାନାଳ ଅଫିସ୍‌, ୧।୪: ଢେଙ୍କାନାଳ ଜିଲା ପୋଲିସ କାର୍ଯ୍ୟାଳୟରେ ମଙ୍ଗଳବାର ଲକ୍‌ଡାଉନ୍‌ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ତାଲାବନ୍ଦ ନେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପକୁ ନେଇ ଡିଜିପି ସନ୍ତୋଷ ବ୍ୟକ୍ତ କରିଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ଼ କରିବା ସହ ଜନସାଧାରଣଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବାକୁ ସେ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଡିଜିପି ମଙ୍ଗଳବାର ମଧ୍ୟାହ୍ନରେ ଜିଲା ପୋଲିସ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଅଫିସକୁ ପ୍ରବେଶ କରିବା ପୂର୍ବରୁ ସେ ହାତକୁ ସାନିଟାଇଜ୍‌ କରିଥିଲେ। ଢେଙ୍କାନାଳ ସହର ସମେତ ଜିଲାରେ ଲକ୍‌ଡାଉନ୍‌ ସମୟରେ ନିଆଯାଇଥିବା ବିଭିନ୍ନ ବିଷୟକୁ ନେଇ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଏବଂ ଏସ୍‌ପି ଅନୁପମା ଜେମ୍‌ସଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। କାର୍ଯ୍ୟରତ ସମୟରେ ବିରକ୍ତି ନ ହେବା, ନମ୍ର ବ୍ୟବହାର ପ୍ରଦର୍ଶନ, ଲକ୍‌ଡାଉନ ସମୟରେ ନିୟୋଜିତ ପୋଲିସ କର୍ମଚାରୀଙ୍କୁ ଗୋଟିଏ ଦିନ ଛୁଟି ପ୍ରଦାନ କରିବା ଉପରେ କରିବା ସେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ଜିଲାରେ ମହଜୁଦ୍‌ ଥିବା ଅତ୍ୟାବଶ୍ୟକ ସାମଗ୍ରୀ, ବାହାରୁ ଯୋଗାଣ ହେଉଥିବା ସାମଗ୍ରୀ ଏବଂ ଔଷଧକୁ ନ ଅଟକାଇବା, ଲକ୍‌ଡାଉନ, କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ହେଉଥିବା ମାମଲାଗୁଡ଼ିକୁ ଠିକ୍‌ ଭାବେ ଅନୁଧ୍ୟାନ କରିବା, ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଡିଜିପି ରିଜର୍ଭ ପୋଲିସ ଲାଇନସ୍ଥିତ ବାରାକ୍‌ଗୁଡ଼ିକ ପରିଦର୍ଶନ କରି କର୍ମଚାରୀଙ୍କ ରହିବା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ସାମାଜିକ ଦୂରତା ବଜାୟ ରଖିବା, ସ୍ବଚ୍ଛତା ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ। ଏହାବ୍ୟତୀତ ଲକ୍‌ଡାଉନ ପାଇଁ ହୋଇଥିବା ଜିଲା କଣ୍ଟ୍ରୋଲ ରୁମ୍‌ ବ୍ୟବସ୍ଥା, ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଦିଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଥିଲେ। ଏହାପରେ ଢେଙ୍କାନାଳ-କପିଳାସ ରାସ୍ତାର ସରଖିଆସ୍ଥିତ ଓଏସ୍‌ଏପି ଫାଷ୍ଟ ବାଟାଲିୟନ କ୍ୟାମ୍ପସ ପରିଦର୍ଶନ କରି କୋଭିଡ୍‌-୧୯ ସଂକ୍ରମଣ ପ୍ରତିରୋଧ ଲାଗି ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଅନୁଧ୍ୟାନ କରିଥିଲେ। ସୂଚନାଯୋଗ୍ୟ, ଜିଲାରେ ଲକ୍‌ଡାଉନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୀମାନ୍ତରେ କଡ଼ା ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri