ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ଦେଇ ଆଗଧାଡ଼ିର ଯୋଦ୍ଧା ଭାବେ ଛିଡ଼ା କରାଇଛନ୍ତି। ମାତ୍ର କୋଭିଡ୍‌-୧୯ ନିୟମକୁ ବାରମ୍ବାର ଉଲ୍ଲଂଘନ କରୁଥିବା ଏକ କୁକୁଡ଼ା ଚିଆଁ କମ୍ପାନୀ ବିରୋଧରେ ଜଣେ ସରପଞ୍ଚ ମୋରଡ଼ା ଥାନାରେ ଏତଲା ଦେଇଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଗୋଡ଼ିଗାଁ ପଞ୍ଚାୟତର ସରପଞ୍ଚ ଜଗନ୍ନାଥ ସରେନ ଏହି ଅଭିଯୋଗ କରିଛନ୍ତି। ସରପଞ୍ଚ ସରେନଙ୍କ ଅଭିଯୋଗ ଅନୁଯାୟୀ, ଶନିବାର ସନ୍ଧ୍ୟାରେ ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଥିବା ଏକ ଫାର୍ମରୁ ଏକ ଗାଡ଼ିରେ ୧୩୭୬୯ଟି କୁକୁଡ଼ା ଚିଆଁ ସରକାରଙ୍କ ବିନା ଅନୁମତିରେ ପଶ୍ଚିମବଙ୍ଗସ୍ଥିତ ବର୍ଦ୍ଧମାନ ସହରକୁ ଚାଲାଣ ହୋଇଥିଲା। ଲକ୍‌ ଡାଉନ ସମୟରେ ଉକ୍ତ ଗାଡ଼ିଟି ବାରମ୍ବାର ପଶ୍ଚିମବଙ୍ଗକୁ ଯାଉଥିବାରୁ କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା କରି ସରପଞ୍ଚ ସରେନ ଥାନା ଅଧିକାରୀ କୁନି ବେଶ୍ରାଙ୍କୁ ଜଣାଇଥିଲେ। ମାତ୍ର ଥାନା ଅଧିକାରୀ ଯାଞ୍ଚ କରିବା ପରିବେର୍ତ୍ତ ଏ ନେଇ କୌଣସି ମାମଲା ରୁଜୁ ହେବ ନାହିଁ ବୋଲି କହିଥିବା ସରପଞ୍ଚ ଅଭିଯୋଗ କରିଛନ୍ତି। ଉକ୍ତ ଗାଡ଼ିଟି ବିଭିନ୍ନ ସମୟରେ ପଶ୍ଚିମବଙ୍ଗକୁ ଯାଉଥିବା ବେଳେ ଅଭିଯୋଗ ପରେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ସରପଞ୍ଚଙ୍କ କ୍ଷମତା ପ୍ରତି ଉପହାସ ବୋଲି ସରପଞ୍ଚ ପ୍ରକାଶ କରିଛନ୍ତି। ଏନେଇ ଥାନା ଅଧିକାରୀଙ୍କୁ ପଚାରିବାରୁ କୌଣସି ମମାଲା ରୁଜୁ କରି ପାରିବି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri