ଋଣ ଦେବା ନାଁରେ ୧.୪୦ଲକ୍ଷ ହଡ଼ପ: ଥାନାର ଦ୍ୱାରସ୍ଥ ହେଲେ ମହିଳା

ରୂପ୍‌ସା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଆଘିରିଆ ଗ୍ରାମରେ ଋଣ ଦେବା ନାମରେ ଏକ ଫାଇନାନ୍ସ ସଂସ୍ଥାର ଅଧିକାରୀ ୧ଲକ୍ଷ ୪୦ହଜାର ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଠକେଇର ଶିକାର ହୋଇଥିବା ମହିଳା ଝରଣା ବାରିକ, ମାଳତୀ ଦାସ, ଅର୍ଚ୍ଚନା ଜେନା, ପ୍ରମିଳା ଗିରି, ରଞ୍ଜିତା ଦାସ, ସୁମତୀ ଦାସ, ସରିତା ଜେନା ପ୍ରମୁଖ ଥାନାଧିକାରୀ ସୁଚନ୍ଦ୍ର ମହାଳିକଙ୍କୁ ଭେଟି ଲିଖିତ ଭାବେ ଜଣାଇଛନ୍ତି।
ଖୋର୍ଦ୍ଧା ଜିଲା ବାଲିଗ୍ରାମର ଯୁବକ ସୌରଭ ମିଶ୍ର ଗତ ୫ତାରିଖରେ ଆଘିରିଆ ଗ୍ରାମକୁ ଆସିଥିଲେ। ଗ୍ରାମର ମହିଳାଙ୍କୁ ଡାକି ଏକ ବୈଠକ କରାଇ ନିଜକୁ ଏକ ଫାଇନାନ୍ସ ସଂସ୍ଥାର ଅଧିକାରୀ ବୋଲି ପରିଚୟ ଦେଇଥିଲେ। ସମସ୍ତଙ୍କୁ ୧୦ଦିନ ମଧ୍ୟରେ ୫୦ହଜାର ଟଙ୍କାର ଋଣ ପ୍ରଦାନ କରାଯିବ ବୋଲି କହି ବିଶ୍ୱାସ ଜନ୍ମାଇଥିଲେ। ପ୍ରତିବଦଳରେ ଜଣ ପ୍ରତି ୨ହଜାର ଟଙ୍କା ଲେଖାଏଁ ଦେବାକୁ ପଡ଼ିବ ବୋଲି ସେ କହିବାରୁ ଏଥିରେ ସମସ୍ତେ ରାଜି ହୋଇଥିଲେ। ପ୍ରଥମ ପର୍ଯ୍ୟାୟରେ ସୌରଭ ୪୦ଜଣ ମହିଳାଙ୍କଠାରୁ ୮୦ହଜାର ଟଙ୍କା ନେଇଥିବା ବେଳେ ସେହି ଗ୍ରାମର ହରିହର କାମିଳାଙ୍କଠାରୁ ୬୦ହଜାର ଟଙ୍କା ନେଇ ବ୍ୟକ୍ତିଗତ ଭାବେ ମୋଟା ଅଙ୍କର ଋଣ ଦେବେ କହି ପଳାଇଥିଲେ। ୧୦ଦିନ ବିତିଯିବା ପରେ ମହିଳାମାନେ ମୋବାଇଲରେ ତାଙ୍କ ସହ ଋଣ ବାବଦରେ କଥାବାର୍ତ୍ତା ହେବାରୁ ସେ ଗାଳିଗୁଲଜ କରିଥିବା ଏତଲାରେ ଉଲ୍ଲେଖ ରହିଛି। ପୁଣି ସୌରଭ ୧୬ତାରିଖରେ ଗାଁରେ ପହଞ୍ଚତ୍ ଆଉ କିଏ ଋଣ ନେବେ କହି ୨ହଜାର ଟଙ୍କା ଲେଖାଏଁ ଦେବାକୁ କହିଥିଲେ। ଗ୍ରାମର ମହିଳାମାନେ ଏକଜୁଟ୍‌ ହେବା କ୍ଷଣି ସେ କୌଶଳକ୍ରମେ ଖସି ପଳାଇଥିଲେ। ତେବେ ଚିଟ୍‌ଫଣ୍ଡ ଓ ବିଭିନ୍ନ ଅର୍ଥଲଗାଣକାରୀ ସଂସ୍ଥା ସହର ଓ ଗ୍ରାମାଞ୍ଚଳରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଉଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେଉଥିଲେ ହେଁ ଏ ଦିଗରେ ଜନସାଧାରଣ ସଚେତନ ନ ହେବା ଚର୍ଚ୍ଚା ସବୁଠି ହେଉଛି। ଅପରପକ୍ଷରେ ବିଭିନ୍ନ ଫାଇନାନ୍ସ ସଂସ୍ଥା ଗାଁ, ସହରରେ ପ୍ରବେଶ କରୁଥିବା ପ୍ରଶାସନ କାର୍ଯ୍ୟଦକ୍ଷତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri