ଋଣ ପ୍ରଦାନ ନାଁରେ ୧.୯୬ କୋଟି ଠକେଇ: ୨ ପୂର୍ବତନ ବ୍ୟାଙ୍କ ଅଧିକାରୀ ଗିରଫ

ଭୁବନେଶ୍ୱର/ ସମ୍ବଲପୁର ୨୧।୧୧(ବ୍ୟୁରୋ): ବ୍ୟାଙ୍କ ଋଣ ପ୍ରଦାନ ଆଳରେ ୧.୯୬ କୋଟି ଟଙ୍କା ଠକେଇରେ ସଂପୃକ୍ତ ସିଣ୍ଡିକେଟ ବ୍ୟାଙ୍କର ୨ ପୂର୍ବତନ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବୁଧବାର ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ପ୍ରଧାନପଡାରେ ରହୁଥିବା ସୁବାସ ଚନ୍ଦ୍ର ଦାସ ଓ ଅନୁଗୁଳିଆପଡାର ମ୍ୟାରିଆନସ୍‌ ଲାକ୍ରା। ଅଭିଯୁକ୍ତ ସୁବାସ ସମ୍ବଲପୁର ବୁର୍ଲାସ୍ଥିତ ସିଣ୍ଡିକେଟ ବ୍ୟାଙ୍କର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଓ ମ୍ୟାରିଆନସ୍‌ ସହକାରୀ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ୨୦୧୪ରୁ ୨୦୧୬ ମଧ୍ୟରେ ସେମାନେ ସିଣ୍ଡିକେଟ କିଷାନ କାର୍ଡ ସ୍କିମ୍‌ ଜରିଆରେ ୧୯୬ ଜଣଙ୍କୁ ଋଣ ପ୍ରଦାନ କରିଥିଲେ। ଜାଲ୍‌ କାଗଜପତ୍ର ଓ ଫଟୋ ବ୍ୟବହାର କରାଯାଇ ପ୍ରତ୍ୟେକଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ହିସାବରେ ମୋଟ ୧ କୋଟି ୯୬ ଲକ୍ଷ ଟଙ୍କା ଦିଆଯାଇଥିଲା। ଏପରି କି କେତେଜଣ ମୃତ ବ୍ୟକ୍ତିଙ୍କ ନାମରେ ଋଣ ଟଙ୍କା ହଡ଼ପ ହୋଇଥିଲା। ସହକାରୀ ମ୍ୟାନେଜର ମ୍ୟାରିଆନସ୍‌ କାଗଜପତ୍ର ଯାଞ୍ଚ କରିଥିବାବେଳେ ମ୍ୟାନେଜର ସୁବାସ ଋଣ ପ୍ରଦାନ କରିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ଉକ୍ତ ଋଣ ପରିଶୋଧ କରା ନ ଯିବାରୁ ଏହି ବଡ଼ ଧରଣର ଜାଲିଆତି ପଦାକୁ ଆସିଥିଲା। ଏ ନେଇ ଭୁବନେଶ୍ୱରସ୍ଥିତ ସିଣ୍ଡିକେଟ ବ୍ୟାଙ୍କର ରିଜିଓନାଲ ମ୍ୟାନେଜର ଚନ୍ଦ୍ରକାନ୍ତ ଦାସମହାପାତ୍ର ଗତ ୬ ତାରିଖରେ ଇଓଡବ୍ଲ୍ୟୁରେ ଅଭିଯୋଗ କରିଥିଲେ। ଇଓଡବ୍ଲୁୂ୍ୟ ଏକ ମାମଲା (ନଂ.୧୯/୧୯) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ବୁଧବାର ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ସମ୍ବଲପୁର ଏସ୍‌ଡିଜେଏମ କୋର୍ଟରେ ହାଜର କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଠକେଇରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି, ତାହା ଜାଣିବାକୁ ଇଓଡବ୍ଲ୍ୟୁ ପକ୍ଷରୁ କୋର୍ଟରେ ୨ ଦିନିଆ ରିମାଣ୍ଡ ପାଇଁ ଆବେଦନ କରାଯାଇଥିଲା। ଅନୁମତି ମିଳିବା ପରେ ୨ ଅଭିଯୁକ୍ତ ସୁବାସ ଓ ମ୍ୟାରିଆନସ୍‌ଙ୍କୁ ରିମାଣ୍ଡରେ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri