ଋଣ ମଞ୍ଜୁରୀ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୮।୯ (ଅଭୟ ଦାଶ):ରାଜ୍ୟର କୋଣ ଅନୁକୋଣର ଜନସାଧାରଣଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରକ୍ରିୟାରେ ସାମିଲକରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏପରିକି ସବୁ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ସେବା ପାଇଁ ମଧ୍ୟ ଉଦ୍ୟମ ଅବ୍ୟାହତ ରହିଛି। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ମଞ୍ଜୁରୀ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁତ୍ୱ ପ୍ରଦାନ କହିଛନ୍ତି। ଗୁରୁବାର ଭୁବନେଶ୍ୱରରେ ଆୟୋଜିତ ୧୭୨ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସ୍‌ଏଲ୍‌ବିସି)ବୈଠକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଆରୁଖ କହିଥିଲେ , କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ବାର୍ଷିକ ଋଣ ଯୋଜନାରେ ଉତ୍ସାହପ୍ରଦ ସଫଳତା ହାସଲ ହୋଇଥିବାବେଳେ ଶିକ୍ଷା ଓ ହାଉସିଂ ପରି ୨ ପ୍ରମୁଖ ସାମାଜିକ କ୍ଷେତ୍ରକୁ ଅଧିକ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡିକ ପଦକ୍ଷେପ ନିଅନ୍ତୁ। ୨୦୨୨-୨୩ ଆର୍ଥିକ ବର୍ଷରେ ‘ବାର୍ଷିକ ଋଣ ଯୋଜନା’ରେ ୧.୩୪ ଲକ୍ଷ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଚଳିତ ଆର୍ଥିକ ବର୍ଷରେ ଏହା ୧୯.୦୨% ବୃଦ୍ଧି ପାଇ ୧.୬୦ ଲକ୍ଷ କୋଟି ଟଙ୍କା ହୋଇଛି। ପୂର୍ବ ବର୍ଷ ପରି ବାର୍ଷିକ ଋଣ ଯୋଜନା ଅଧୀନରେ ବ୍ୟାଙ୍କଗୁଡିକ ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ଉଦ୍ୟମ ଜାରି ରଖିବା ଆବଶ୍ୟକ ହୋଇଥିବାବେଳେ ୬୫% ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ଋଣ ଯୋଗାଇଦେବା ପାଇଁ ୬ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ ସହଯୋଗରେ ସ୍ଥାୟୀ ବ୍ୟାଙ୍କ ନ ଥିବା ଗ୍ରାମପଞ୍ଚାୟତରେ ସିଏସ୍‌ପି (ପ୍ଲସ୍‌) ବ୍ୟାଙ୍କ ଆଉଟ୍‌ଲେଟ୍‌ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଉକ୍ତ ବୈଠକରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ୨୦୨୩ ଜୁନ୍‌ ୩୦ସୁଦ୍ଧା ବ୍ୟାଙ୍କଗୁଡ଼ିକର ନଗଦ ଜମା ଅନୁପାତ (ସିଡି ରେସିଓ) ୮୧.୪୨%କୁ ବୃଦ୍ଧି ପାଇଥିବାରୁ ସନ୍ତୋଷ ବ୍ୟକ୍ତ କରିବା ସହ ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଥିଲେ। ସ୍ଥାୟୀ ବ୍ୟାଙ୍କ ନ ଥିବା ଅଞ୍ଚଳରେ ବ୍ୟାଙ୍କ ପ୍ରତିଷ୍ଠା, ମିଶନ ଶକ୍ତି ସ୍କୁଟର ଯୋଜନା,ମୋ ଘର ଯୋଜନା, ଶିକ୍ଷା ଋଣ ଇତ୍ୟାଦି ସରକାରଙ୍କ ୫ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ପାଇ ବ୍ୟାଙ୍କଗୁଡ଼ିକୁ ଋଣ ଯୋଗାଣ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ଅପରପକ୍ଷରେ ଅର୍ଥ ସଚିବ ବିଶାଲ କୁମାର ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଚଳିତ ଆର୍ଥିକ ବର୍ଷର ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭାବେ ଅଂଶଗ୍ରହଣ କରି ଋଣ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନକୁ ଅଧିକ ସହଜ ଓ ବ୍ୟାପକ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଏସ୍‌ଏଲ୍‌ବିସି ବୈଠକର ଆବାହକ ଗୌତମ ପାତ୍ର ସମସ୍ତଙ୍କୁ ସ୍ବାଗତ କରିଥିଲେ। ଉକ୍ତ ବୈଠକରେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ,ଶାଶ୍ୱତ ମିଶ୍ର, ଏସ୍‌.କେ.ବଶିଷ୍ଠ,ଏସ୍‌.କେ. ଲୋହାନୀ,ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ସମେତ ଆର୍‌ବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡ. ଶାରଦା ପ୍ରସନ୍ନ ମହାନ୍ତି, ନାବାର୍ଡର ସିଜିଏମ୍‌ ଡ. ସୁଧାଂଶୁ କେ. ମିଶ୍ର ଏବଂ ଏସ୍‌ବିଆଇର ସିଜିଏମ୍‌ ଚନ୍ଦର ଶେଖର ଶର୍ମା ଉପସ୍ଥିତ ଥିଲେ। ପରିଶେଷର ଏସ୍‌ଏଲ୍‌ବିସିର ଆବାହକ ଲିଙ୍ଗରାଜ ନାୟକ ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?