ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍‌ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ କରିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ଭୋର୍‌ ୪ଟାରୁ ଗଣଅଣ୍ଡାଦାନ ଆରମ୍ଭ ହୋଇଥିଲା l ସେହିଦିନ ୪୮ ହଜାର ୮୬୧ ଓ ଶନିବାରଠାରୁ ରବିବାର ସକାଳ ୭ଟା ସୁଦ୍ଧା ୫୦ହଜାର ୧୬୬ ଅର୍ଥାତ ଦୁଇ ଦିନରେ ମୋଟ ୯୯ ହଜାର ୨୭ଟି କଇଁଛ ଅଣ୍ଡାଦାନ କରିଥିବା ଖଲ୍ଲିକୋଟ ରେଞ୍ଜର ଦିଲ୍ଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି l ଏହି ପ୍ରକ୍ରିୟା ଆହୁରି ୩/୪ ଦିନ ଧରି ଚାଲିବ ବୋଲି ସେ କହିଛନ୍ତି l ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଏକ ମାସ ବିଳମ୍ବରେ ଅଣ୍ଡାଦାନ ଆରମ୍ଭ ହୋଇଥିବା ପରିବେଶବିତ୍‌ ରବୀନ୍ଦ୍ର କୁମାର ସାହୁ କହିଛନ୍ତି l କଇଁଛଙ୍କ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସମୁଦ୍ର ବେଳାଭୂମି ୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାରିକେଟ୍‌ ନିିର୍ମାଣ କରାଇଛି l ଅଣ୍ଡା ଦେବାର ୬୦ ଦିନ ପରେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ର ମଧ୍ୟକୁ ଚାଲିଯିବେ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri