ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍‌ ରିଡ୍‌ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ କରିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ଭୋର୍‌ ୪ଟାରୁ ଗଣଅଣ୍ଡାଦାନ ଆରମ୍ଭ ହୋଇଥିଲା l ସେହିଦିନ ୪୮ ହଜାର ୮୬୧ ଓ ଶନିବାରଠାରୁ ରବିବାର ସକାଳ ୭ଟା ସୁଦ୍ଧା ୫୦ହଜାର ୧୬୬ ଅର୍ଥାତ ଦୁଇ ଦିନରେ ମୋଟ ୯୯ ହଜାର ୨୭ଟି କଇଁଛ ଅଣ୍ଡାଦାନ କରିଥିବା ଖଲ୍ଲିକୋଟ ରେଞ୍ଜର ଦିଲ୍ଲୀପ କୁମାର ମାର୍ଥା ସୂଚନା ଦେଇଛନ୍ତି l ଏହି ପ୍ରକ୍ରିୟା ଆହୁରି ୩/୪ ଦିନ ଧରି ଚାଲିବ ବୋଲି ସେ କହିଛନ୍ତି l ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଏକ ମାସ ବିଳମ୍ବରେ ଅଣ୍ଡାଦାନ ଆରମ୍ଭ ହୋଇଥିବା ପରିବେଶବିତ୍‌ ରବୀନ୍ଦ୍ର କୁମାର ସାହୁ କହିଛନ୍ତି l କଇଁଛଙ୍କ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସମୁଦ୍ର ବେଳାଭୂମି ୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାରିକେଟ୍‌ ନିିର୍ମାଣ କରାଇଛି l ଅଣ୍ଡା ଦେବାର ୬୦ ଦିନ ପରେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ର ମଧ୍ୟକୁ ଚାଲିଯିବେ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି...

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ...

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି।...

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୧୭ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ...

ଯୁବକଙ୍କୁ ଛୁରାମାଡ଼ ଘଟଣା : ମାରଣାସ୍ତ୍ର ଜବତ, ୨ ଅଭିଯୁକ୍ତ ଗିରଫ

ଯୋଡ଼ା,୪।୯(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ୪ନଂ. ଓ୍ବାର୍ଡ ମିଶ୍ରଗଳିଠାରେ ଥିବା ଏକ ହୋଟେଲ ନିକଟରେ ବାଂଶପାଣିର ବିକ୍ରାନ୍ତ ନାୟକଙ୍କୁ ହୋଇଥିବା ଛୁରାମାଡ଼ ଘଟଣାରେ...

ସାନିଟାଇଜ ମେଶିନ ଧରି ବୁଲୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୩୧।୩-କରୋନା ଭୂତାଣୁ ସଂକ୍ରମଣ ନ କରିବା ପାଇଁ ସବୁ ବେଳେ ସମାଜିକ ଦୂରତା ରକ୍ଷା କରିବା ସହ ସଫା ସୁତୁରା ରହିବାକୁ ପରାମର୍ଶ ଦିଆଯାଉଛି।...

୬୨୫ ଶଯ୍ୟା ସହ ଦୁଇ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭୁବନେଶ୍ୱର ଓ କଟକରେ ଦୁଇଟି କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଭୁବନେଶ୍ୱରରେ କିମ୍‌ସ ଏବଂ କଟକରେ ଅଶ୍ୱିନୀ ହସ୍ପିଟାଲ ପ୍ରସ୍ତୁତ ହୋଇଛି। କିମ୍‌ସରେ ୫୦୦...

ଚୋରାଚାଲାଣ ବେଳେ ଧାନ ବୋଝେଇ ମିନିଟ୍ରକ୍‌ ଜବତ

ଖଣ୍ଡପଡା,୨୧ା୧୨(ସ୍ବ.ପ୍ର.)-ନୟାଗଡ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ ବୋଦସା ଗ୍ରାମରୁ ଶୁକ୍ରବାର ଏକ ମିନିଟ୍ରକ୍‌ ଯୋଗେ ଧାନ ଚୋରାଚାଲାଣ ହେଉଥିବାବେଳେ ନୟାଗଡ ଯୋଗାଣ ଅଧିକାରୀଙ୍କ ଦ୍ୱାରା ଧରାପଡିଛି...

Coronavirus Update


Archives

Model This Week

Why Dharitri