Posted inଖେଳ

ଏଆଇଏଫ୍‌ଏଫ୍‌ ହିରୋ ଏଲିଟ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସିର ବିଜୟ

ନୂଆଦିଲ୍ଲୀ,୨୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ୨ ନମ୍ବର ଟ୍ରେନିଂ ପିଚ୍‌ରେ ଖେଳାଯାଇଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ହିରୋ ଏଲିଟ୍‌ ଲିଗ୍‌ରେ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ପ୍ରଥମ ବିଜୟ ହାସଲ କରିଛି। ଓଡ଼ିଶା ୨-୦ ଗୋଲରେ ଗୁରୁବାର ୟୁଥ ଫୁଟବଲ କ୍ଲବକୁ ହରାଇ ୨୦୧୯-୨୦ ସିଜନର ପ୍ରଥମ ବିଜୟ ହାସଲ କରିଛି। ମ୍ୟାଚ୍‌ ଆରମ୍ଭରୁ ଓଡ଼ିଶା ପ୍ରଭାବ ବିସ୍ତାର କରି ଖେଳିଥିଲା। ନବମ ମିନିଟ୍‌ରେ ରିଷଭ ଡୋବ୍ରିୟାଲ ଗୋଲ ଦେଇଥିଲେ ଓ ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଓଡ଼ିଶା ୧-୦ ଗୋଲରେ ଅଗ୍ରଣୀ ହୋଇଥିଲା।
ପାର୍ଶ୍ୱ ପରିବର୍ତ୍ତନ ପରେ ଓଡ଼ିଶା ମଧ୍ୟ ତା’ର ପ୍ରଭାବୀ ପ୍ରଦର୍ଶନ ଜାରି ରଖିଥିଲା। ୬୮ତମ ମିନିଟ୍‌ରେ ଅକ୍ଷୁନା ତ୍ୟାଗୀ ଗୋଲ ଦେଇ ଦଳକୁ ୨-୦ରେ ଅଗ୍ରଣୀ କାରାଇଥିଲେ। ଅନ୍ୟପଟେ ୟୁଥ୍‌ କ୍ଲବ ତରଫରୁ କୌଣସି ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ଓଡ଼ିଶା ବିଜୟୀ ହୋଇଥିଲା। ତେବେ ପ୍ରଥମ ମ୍ୟାଚ୍‌ରେ ଓଡ଼ିଶା ପଞ୍ଜାବ ଏଫ୍‌ସି ବିପକ୍ଷରେ ୨-୨ ଗୋଲରେ ମ୍ୟାଚ୍‌ ଅମୀମାଂସିତ ରଖିଥିଲା। ଆସନ୍ତା ୨୬ ତାରିଖରେ ଓଡ଼ିଶା ତା’ର ତୃତୀୟ ତଥା ପରବର୍ତ୍ତୀ ମ୍ୟାଚ୍‌ରେ ମାକ୍ସିମସ ପ୍ରାଇମ୍‌ ସ୍ପୋଟର୍‌ସକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri