ଏଆଇଟିୟୁସି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ: ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଡ଼ବିଲ,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଏଆଇଟିୟୁସି(ଅଖିଳ ଭାରତ ଟ୍ରେଡ୍‌ ୟୁନିୟନ କଂଗ୍ରେସ) ପକ୍ଷରୁ ବୁଧବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛିି। ଶ୍ରମିକମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ କରିଥିଲେ। କେନ୍ଦ୍ର ସରକାରଙ୍କ ଶ୍ରମିକ ବିରୋଧୀ ନୂତନ ଶ୍ରମ ଆଇନକୁ ବିରୋଧ କରିବା ସହ ୨୦୨୦ ମସିହାରେ ଖଣି ନିଲାମ ପ୍ରକ୍ରିୟା ଯୋଗୁ ଛଟେଇ ହେବାକୁ ଥିବା କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ସହ ଖଣି କାର୍ଯ୍ୟକାରୀ ହେବା ପର୍ଯ୍ୟନ୍ତ ଭରଣା ପ୍ରଦାନ ସମ୍ପର୍ର୍କିତ ଦୁଇଟି ଦାବିପତ୍ର ଶ୍ରମିକ ସଂଗଠନ ପକ୍ଷରୁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଏହି ଶୋଭାଯାତ୍ରା ଓ ବିକ୍ଷୋଭରେ ଏଆଇଟିୟୁସି ରାଜ୍ୟ ଯୁଗ୍ମ ସାଧାରଣ ସମ୍ପାଦକ ତଥା କେଏମ୍‌ଏଫ୍‌ଡବ୍ଲ୍ୟୁ(କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ୱାର୍କର୍ସ ୟୁନିୟନ)ର ସଭାପତି ରାମକୃଷ୍ଣ ପଣ୍ଡା ଯୋଗଦେଇ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଶ୍ରମିକ ବିରୋଧୀ, ମାଲିକ ସପକ୍ଷବାଦୀ ନୀତିକୁ କଟୁ ସମାଲୋଚନା କରିଥିଲେ। ଅନ୍ୟ ଶ୍ରମିକ ନେତାଙ୍କ ମଧ୍ୟରେ ବିଦ୍ୟାଧର ମହାନ୍ତ, କପିଳ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍‌ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri