ଏଇ ଭାରତରେ

ବନ୍ୟାଜଳ ଉବୁଟୁବୁ ହେଉଥିବାବେଳେ ଜଣେ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର ପାଇଁ ପରିବାର ସଦସ୍ୟ ବାହାରକୁ ଗୋଡ ବଢ଼ାଇଥିଲେ। ଏହି ସମୟରେ ବନ୍ୟାଞ୍ଚଳ ପରିଦର୍ଶନ କରୁଥିବା ଜଣେ ବିଧାୟକ ଦୌଡ଼ି ଆସି ଶବାଧାରରେ କାନ୍ଧ ଲଗାଇଥିଲେ। ଏହା ଦେଖି ଅନ୍ୟମାନେ ଆଶ୍ଚର୍ଯ୍ୟ ହୋଇଥିଲେ ମଧ୍ୟ ଶ୍ମଶାନରେ ସାହାଯ୍ୟ କରୁଥିବା ବନ୍ଧୁ ହିଁ ପ୍ରକୃତ ବନ୍ଧୁ ବୋଲି ବିଧାୟକ ମନେପକାଇ ଦେଇଥିଲେ। ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶରେ। ପାର୍ବତୀ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ମାଧୋପୁରକୁ ସଂଯୋଗ କରୁଥିବା ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏହି ଅଞ୍ଚଳରେ ଥିବା ସୋଇଙ୍କଲାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବାରୁ ପରିବାର ସଦସ୍ୟ ତାଙ୍କର ଅନ୍ତିମ ସଂସ୍କାର ପାଇଁ ଚାରିଫୁଟ ବନ୍ୟାଜଳରେ ମୃତଦେହକୁ ହସ୍ପିଟାଲରୁ ଗାଁକୁ ବୋହି ନେଉଥିତ୍ଲେ। କିଛି ଦୂରରେ ବନ୍ୟା ସ୍ଥିତି ତଦାରଖ କରୁଥିବା ବିଧାୟକ ବାବୁ ଜଣ୍ଡେଲ୍‌ ଏହା ଦେଖି ତତ୍‌କ୍ଷଣାତ୍‌ ବନ୍ୟାଜଳରେ ପଶି ଶବାଧାରରେ କାନ୍ଧ ଲଗାଇଥିଲେ। ଏହା ସହିତ ଅନ୍ତିମ ସଂସ୍କାର ଲାଗି ବିଧାୟକ ବ୍ୟବସ୍ଥା କରିଥିଲେ। ବିଧାୟକ ମୃତଦେହ ବୋହିବାର ଭିଡିଓ ଏବେ ସୋସିଆଲ୍‌ ମିଡିିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

କେଜାଣି କାହାର

ରାସ୍ତାରେ ନୋଟ୍‌ ଭର୍ତ୍ତି ହୋଇଥିବା ପର୍ସଟିଏ ପଡ଼ିିଥିବାର ଦେଖି ଜଣେ ପଥଚାରୀ ଭାବିଲେ ଏହି ପର୍ସଟି କାହାର କେଜାଣି, ଆହା! କିଏ ସେହି ଦୁର୍ଭାଗା ଯାହାଙ୍କ ପକେଟ୍‌ରୁ…

ଅନ୍ତରୀକ୍ଷ ସ୍ବପ୍ନ ଓ ମାନବୀୟ ଦାୟିତ୍ୱ

ପୃଥିବୀ ହେଉଛି ଜୀବଜଗତର ଏକ ମାତ୍ର ବାସଗୃହ’,ଏହା କେବଳ ଗୋଟିଏ ବୈଜ୍ଞାନିକ ସତ୍ୟ ନୁହେଁ, ବରଂ ମାନବ ସଭ୍ୟତା ପାଇଁ ଗୋଟିଏ ନୀତିଗତ ଦିଗ୍‌ଦର୍ଶକ। ତଥାପି, ଆଧୁନିକ…

ଆତ୍ମଘାତୀ ରଣନୀତି

ଓରୋବୋରୋସ ହେଉଛି ଏକ ପୁରାତନ ସାପର ଛବି, ଯେଉଁଥିରେ ତାହା ନିଜ ଲାଞ୍ଜକୁ ଭକ୍ଷଣ କରୁଛି। ଏହି ଛବି ଆତ୍ମଘାତୀ ରଣନୀତିର ସଙ୍କେତ ଦେଇଆସିଛି। ଏହା ଆମେରିକା…

ବୈଦିକ ସମାଜର ସ୍ୱରୂପ

ଖ୍ରୀଷ୍ଟପୂର୍ୱ ୧୫୦୦ରୁ ୧୦୦୦ ମଧ୍ୟରେ ସିନ୍ଧୁନଦୀର ଉପନଦୀ ସପ୍ତ-ସିନ୍ଧୁ କୂଳରେ ବୈଦିକ ଲୋକେ ବସବାସ କରୁଥିଲେ, ଯାହା ଏବେ ପଞ୍ଜାବ ନାମରେ ଜଣାଶୁଣା। ଏହା ହେଉଛି ଋକ୍‌-ବୈଦିକ…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri