ଏଇ ଭାରତରେ

ପରିବେଶ ପ୍ରଦୂଷଣ କମ୍‌ କରିବା ଓ ବୃକ୍ଷସଂଖ୍ୟା ବଢାଇବାକୁ ଯାଇ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଭିନ୍ନ ଏକ ଉପାୟ ଅବଲମ୍ବନ କରିଛନ୍ତି। ଏଥିପାଇଁ ପ୍ରଫେସରଙ୍କ ନିୟମ ହେଲା ଯେଉଁ ଛାତ୍ରୀଛାତ୍ର ବିଳମ୍ବରେ କ୍ଲାସକୁ ଆସିବେ ସେମାନଙ୍କୁ ଦଣ୍ଡ ସ୍ବରୂପ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଚାରା ରୋପଣ କରିବାକୁ ପଡିବ। ପ୍ରାୟ ୮ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିବା ଏହି ନିଆରା ଦଣ୍ଡ ପାଇଁ ଏବେ ବିର ନର୍ମଦା ସାଉଥ୍‌ ଗୁଜରାଟ ୟୁନିଭର୍ସିଟି ପରିସରରେ ପାଖାପାଖି ୫୫୦ ବୃକ୍ଷ ଦେଖିବାକୁ ମିଳୁଛି। ଏଥିରେ କିଛି ଗଛର ଉଚ୍ଚତା ପ୍ରାୟ ୨୦ଫୁଟ ହୋଇଗଲାଣି। ପ୍ରଫେସର ମେହୁଲ ପଟେଲ ସେଠାରେ ଆର୍କିଟେକ୍‌ଚର ବିଭାଗରେ କାମ କରୁଥିଲେ। ସେ ତାଙ୍କ ବିଭାଗର ଛାତ୍ରୀଛାତ୍ରଙ୍କୁ ଦେଉଥିବା ଦଣ୍ଡର ଫଳ ସ୍ବରୂପ ଏବେ ତାଙ୍କ ବିଭାଗ ନିକଟରେ ଏକ ସବୁଜ ପରିବେଶ ସୃଷ୍ଟି ହୋଇଛି । ଏଥିରେ ଛାତ୍ରୀଛାତ୍ର ଖୁସି ଅନୁଭବ କରିବା ସହ ପରିବେଶକୁ ପ୍ରଦୂଷଣରୁ ମଧ୍ୟ ରକ୍ଷା କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୈତିକତାକୁ ନା

ପ୍ରତ୍ୟେକ ମା’ବାପା ନିଜ ପିଲାଙ୍କ ପାଇଁ ପ୍ରାର୍ଥନା ଈଶ୍ୱରଙ୍କୁ କରନ୍ତି । ସେମାନେ ସୁସ୍ଥ ସବଳ ହୁଅନ୍ତୁ। ବୁଦ୍ଧିମାନ୍‌ ହୁଅନ୍ତୁ। ଭଲ ପଢ଼ନ୍ତୁ। ଭଲ ଚାକିରି କରନ୍ତୁ।…

ଜନସଂଖ୍ୟା ଓ ବେକାରି ସମସ୍ୟା

ମାନବ ସମ୍ବଳ ହେଉଛି ପୃଥିବୀର ଏକ ଅନନ୍ୟ ବରଦାନ। ମଣିଷ ନିଜର ବୁଦ୍ଧି ବଳରେ ପୃଥିବୀରେ ଥିବା ସମସ୍ତ ପ୍ରାକୃତିକ ସମ୍ବଳର ବର୍ତ୍ତମାନ ଅଧିକାରୀ। କିନ୍ତୁ ପ୍ରାକୃତିକ…

ତିନି ଧର୍ମର ଦକ୍ଷିଣାଭିମୁଖୀ ପ୍ରସାର

ସାଧାରଣତଃ ଆର୍ଯ୍ୟମାନଙ୍କ ଭୂମି ବା ‘ଆର୍ଯ୍ୟାବର୍ତ୍ତକୁ ହିମାଳୟ, ଗଙ୍ଗା ଏବଂ ଯମୁନା ପରିବେଷ୍ଟିତ ଏକ ତ୍ରିଭୁଜାକାର ଅଞ୍ଚଳ ଭାବେ ଦେଖାଯାଉଥିଲା। ଅଶୋକଙ୍କ ସମୟରେ ରଚିତ ପ୍ରାଚୀନ ଧର୍ମଶାସ୍ତ୍ରଗୁଡ଼ିକରୁ…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri