ଏଇ ଭାରତରେ

କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନ୍‌ ଅନୁଯାୟୀ ରାସ୍ତାଘାଟ ତଥା ପରିବେଶକୁ ପରିଷ୍କାର ରଖିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇ ତାହାକୁ କାର୍ଯ୍ୟକାରୀ କରାଯାଉଛି। ଗୁଜରାଟର ଅହମଦାବାଦରେ ରାସ୍ତାରେ ଛେପ ପକାଇଲେ ଶହେଟଙ୍କା ଜରିମାନା। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ୍ୟ। ଏ ପର୍ଯ୍ୟନ୍ତ ୧୦ ହଜାର ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜରିମାନା ଆଦାୟ କରାଗଲାଣି। ରାସ୍ତାରେ ଛେପ ପକାଉଥିବା ଲୋକଙ୍କ ପାଇଁ କରାଯାଇଛି ଏପରି କଡ଼ା ଆଇନ। ସହରକୁ ପରିଷ୍କାର ରଖିବା ଲାଗି ଅହମଦାବାଦ ମହାନଗରପାଳିକା ପକ୍ଷରୁ ଛେପ ପକାଉଥିବା ଲୋକଙ୍କ ଉପରେ ଶହେଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି। ଏଭଳି ନିୟମ ଲାଗୁ କରିବାରେ ଦେଶରେ ଅହମଦାବାଦ ପ୍ରଥମ ସହର ହେବାର ମାନ୍ୟତା ଲାଭ କରିଛି। ସିସିଟିଭି ଫୁଟେଜ୍‌ରୁ ମହାନଗର ଆଇନ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ବ୍ୟକ୍ତିବିଶେଷଙ୍କୁ ଚିହ୍ନଟ କରାଯାଇ ଜରିମାନା ଆଦାୟ କରାଯାଉଛି। ଏହା ସହିତ ଗାଡ଼ି ନମ୍ବରରୁ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳିପାରୁଥିବା ମହାନଗରପାଳିକା ଉଚ୍ଚ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଅହମଦାବାଦର ଏହି ନିୟମ ସ୍ବଚ୍ଛ ଭାରତ ମିଶନ ଲକ୍ଷ୍ୟ ହାସଲରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ ନିଶ୍ଚୟ।


Enter your email to get our daily news in your inbox.

All Right Reserved By Dharitri.Com

ରାମରାଜ୍ୟକୁ ରାସ୍ତା

ପ୍ରସଙ୍ଗଟି ଆରମ୍ଭ କରୁଛି ରାମାୟଣ କଥାରୁ। ଚଉଦବର୍ଷ ବନବାସ ପରେ ଅଯୋଧ୍ୟାର ରାଜା ପ୍ରଭୁ ରାମଚନ୍ଦ୍ର ଏକ ସ୍ବତନ୍ତ୍ରସଭା ଡାକି ଉପସ୍ଥିତ ଗରୁ ବଶିଷ୍ଠ, ବ୍ରାହ୍ମଣଗଣ ଓ…

ହାଜତ ହିଂସା ଗଣତନ୍ତ୍ର ପାଇଁ କଳଙ୍କ

ଗତ ଏକ ମାସ ମଧ୍ୟରେ ଆମ ରାଜ୍ୟର ବିଭିନ୍ନ ଥାନା ହାଜତରେ ପୋଲିସ ଦ୍ୱାରା ବର୍ବରୋଚିତ ଅତ୍ୟାଚାର ବା ତଥାକଥିତ ଥାର୍ଡ ଡିଗ୍ରୀ ପ୍ରୟୋଗର ଖବର ଚର୍ଚ୍ଚାର…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ଏଇ ଭାରତରେ

ଆସାମର ମୋରିଗାଁ ଜିଲାର ସବୁ ସ୍କୁଲରେ ପିଲାଙ୍କୁ ଖୋ ଖୋ ପ୍ରତି ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ନେଇଛନ୍ତି ଅନ୍ଧୁରାମ ଦାସ। ଏବେ ତାଙ୍କୁ ବୟସ ୮୫।…

ବିପଜ୍ଜନକ ଆହ୍ବାନ

ନିକଟରେ ସିଙ୍ଗାପୁରରେ ଅନୁଷ୍ଠିତ ଶାଙ୍ଗ୍ରି-ଲା ଡାଇଲଗ୍‌ ବା ଏସିଆ ସୁରକ୍ଷା ଶିଖର ସମ୍ମିଳନୀରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗ୍‌ସେଥ୍‌ ଯୋଗଦେଇଥିଲେ। ସେ ଆମେରିକାର ଏସୀୟ ସହଯୋଗୀ…

ଗାଁ କଳି ଥାନାମୁହାଁ

ଆଉ ଗାଁ ହୋଇ ନାହିଁ। ଗାଁର ଶାନ୍ତ ସୁନ୍ଦର ପରିବେଶ ଆଜି ଅଶାନ୍ତ ଓ ବିଶୃଙ୍ଖଳିତ। ରାଜନୀତିର ପ୍ରାବଲ୍ୟ, ନିଶାଗ୍ରସ୍ତ ଲୋକଙ୍କ ଦୌରାତ୍ମ୍ୟ ସର୍ବୋପରି ଚୋର, ଖଣ୍ଟ…

ଭଲ ମଣିଷ ଖୋଜା ଚାଲିଛି

ଏକ ଓଡ଼ିଆ ମଞ୍ଚ ନାଟକର ଉପରୋକ୍ତ ନାମକରଣ ବେଶ୍‌ ତାତ୍ପର୍ଯ୍ୟପୂର୍ଣ୍ଣ। ପୃଥିବୀରେ ମଣିଷ ସଂଖ୍ୟା ସିନା ବଢି ଚାଲିଛି ହେଲେ ଭଲ ମଣିଷଙ୍କ ସଂଖ୍ୟା କ୍ରମଶଃ ହ୍ରାସ…

ପଖିଆ

‘ପଖିଆ’ କହିଲେ କ’ଣ ଓ କାହାକୁ ବୁଝାଏ, ଏ କଥା ଆଜି କାଲିର ପିଲାମାନେ ଜାଣିପାରିବେନି କି କହିପାରିବେନି l କିନ୍ତୁ ଏହା ଏକ ଅତ୍ୟାବଶ୍ୟକ ବସ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri