ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିଲେ ପଙ୍ଗୁ ବି ଗିରିପଥ ଅତିକ୍ରମ କରିପାରେ। ଗଭୀର ଅଧ୍ୟବସାୟ ଓ ଆତ୍ମବିଶ୍ୱାସ ବଳରେ କୌଣସି ବ୍ୟକ୍ତି ନିଶ୍ଚୟ ସଫଳ ହୋଇପାରନ୍ତି। ଉତ୍ତରପ୍ରଦେଶ ଗାଜିଆବାଦ ଅନ୍ତର୍ଗତ ପ୍ରତାପବିହାରର ଅମୃତା ଆନନ୍ଦମୟୀ କୁଟୀରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଚ୍ଛାଶକ୍ତି ଆଗରେ ସାମାଜିକ ପ୍ରତିବନ୍ଧକ ହାର ମାନିଛି। ୨୦୧୪ରେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଗୁଡ୍ଡି ଉପରେ ଝିଅ ଓ ପୁଅର ଲାଳନପାଳନ ଦାୟିତ୍ୱ ପଡ଼ିଥିଲା। ତେବେ ସେ ଧୈର୍ଯ୍ୟହରା ନ ହୋଇ ଇ-ରିକ୍ସା ଚଳାଇବା ଆରମ୍ଭ କରିଥିଲେ। ଏ ନେଇ ତାଙ୍କୁ ସାହିପଡ଼ିଶାଙ୍କଠାରୁ ଟାହିଟାପରା ମଧ୍ୟ ଶୁଣିବାକୁ ପଡ଼ିଥିଲା। ତଥାପି ସେ ଭାଙ୍ଗିପଡି ନ ଥିଲେ। ହାର୍‌ ନ ମାନି ଆଗକୁ ମାଡି ଚାଲିଥିଲେ। ଏବେ ତାଙ୍କ ସାହସ ଓ କର୍ତ୍ତବ୍ୟନିଷ୍ଠା ଦେଖି ସ୍ଥାନୀୟ ଅଞ୍ଚଳର ଅନ୍ୟ ୫ ଜଣ ମହିଳା ଇ-ରିକ୍ସା ଚଳାଇବା ଆରମ୍ଭ କରିଛନ୍ତି। ସେମାନଙ୍କୁ ଗାଡି ଚଳାଇବା ତାଲିମ ଦେଇଛନ୍ତି ଗୁଡ୍ଡି। ଏପରି କରି ସେ ସମାଜ ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାକିମ ହେଲାଣି ଡାକମୁନ୍‌ସୀ

ଜଣେ ବୃଦ୍ଧ ବାପାଙ୍କ ଜୁଇ ପାଖରେ ତାଙ୍କ ସନ୍ତାନ ବୋଇଲେ ତାଙ୍କ ବିବାହିତ ତିନି ଝିଅ ଉପସ୍ଥିତ ରହିପାରିଲେ ନାହିଁ। ଯଦିବା ଉପସ୍ଥିତ ହେଲେ ଆଭାସୀ ମାଧ୍ୟମରେ।…

ଉଦାର ଗଣତନ୍ତ୍ର ପାଇଁ ଭାବନାର ଗୁରୁତ୍ୱ

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ସମ୍ପ୍ରତି ଜେନ୍‌-ଜି ପିଢ଼ିକୁ ଅତ୍ୟଧିକ ଭାବପ୍ରବଣ ବୋଲି ବର୍ଣ୍ଣନା କରି କହିଥିଲେ ଯେ, ସେମାନେ ପ୍ରାୟତଃ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri