ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ଦେଖିବାକୁ ମିଳେ। ମଧ୍ୟପ୍ରଦେଶ, ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ଆଦି ରାଜ୍ୟର ଜଙ୍ଗଲରେ ବସବାସ କରୁଥିବା ଭୀଲ୍‌ ଜନଜାତି ସମ୍ପ୍ରଦାୟର ବିବାହ ପରମ୍ପରା ନିଆରା। ଏହିସବୁ ଜନଜାତିଙ୍କ ବିବାହରେ କନ୍ୟା ନିଜ ମଥାରେ ସିନ୍ଦୂର ଲଗାଇବା ବଦଳରେ ବର ତା’ର ହାତ ଆଙ୍ଗୁଠି ଧାରୁଆ ଅସ୍ତ୍ରରେ କାଟି ରକ୍ତର ଟିପା କନ୍ୟା ମଥାରେ ଲଗାଇଥାଆନ୍ତି। ଏହାଦ୍ୱାରା ଉଭୟ କନ୍ୟାବରଙ୍କ ମଧ୍ୟରେ ଜୀବନସାରା ପ୍ରେମସମ୍ପର୍କ ସୁଦୃଢ଼ ହୋଇଥାଏ ବୋଲି ଏହି ଜନଜାତି ସମ୍ପ୍ରଦାୟର ଲୋକେ ବିଶ୍ୱାସ କରନ୍ତି। ଭୀଲ୍‌ମାନେ ସାଧାରଣତଃ ସାହସିକତାକୁ ପସନ୍ଦ କରିଥାନ୍ତି। ତେଣୁ ସେମାନଙ୍କ ବିବାହରେ ଏଭଳି ପରମ୍ପରାକୁ ପ୍ରାଧାନ୍ୟ ଦିଆଯାଇଥାଏ। ମନରେ ସ୍ବାମୀ ଭାବେ ଗ୍ରହଣ କରିଥିବା ଭୀଲ୍‌ କନ୍ୟା ଜୀବନରେ ଅନ୍ୟ କାହାକୁ ବିବାହ କରନ୍ତି ନାହିଁ। ଭୀଲ୍‌ ସମ୍ପ୍ରଦାୟର ମହିଳାମାନେ ମଧ୍ୟ ଜଙ୍ଗଲରେ ଶିକାର କରିବାକୁ ପସନ୍ଦ କରନ୍ତି। ତେଣୁ ସେମାନେ ବୀର ଏବଂ ନିର୍ଭୀକ ଯୁବକଙ୍କୁ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ…

ପରା ଓ ଅପରା ବିଦ୍ୟା

ବିଦ୍ୟା ୟା ବିମୁକ୍ତୟେ’ ଏମନ୍ତ ଆପ୍ତ ବାକ୍ୟ ସହିତ ସମସ୍ତେ ଊଣା ଅଧିକେ ଅବଗତ। ବିଷ୍ଣୁ ପୁରାଣରେ ଉଲ୍ଲିଖିତ ଏହି କଥାଟି ଏକ ଅବିସମ୍ବାଦିତ ସତ୍ୟ ଭାବରେ…

୩ ବର୍ଷ ପରେ ମଣିପୁର

ମଣିପୁରରେ ୨୦୨୩ ମେ’ ୩ରେ ଘଟିଥିବା ଜାତିଆଣ ହିଂସାକୁ ଏବେ ୩ ବର୍ଷ ପୂରିଛି। ଏହି ସମୟ ମଧ୍ୟରେ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ପଦବୀରୁ…

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri