ଏଇ ଭାରତରେ

ଗାଁ ଗାଁରେ ଏବେ କଥା କଥାକେ ଝଗଡା ହୋଇ ମାମଲା ଥାନାରେ ପହଞ୍ଚିଯାଉଛି। କିନ୍ତୁ ହରିୟାଣାର ଜିନ୍ଦ୍‌ ଜିଲାର ଏକ ଗାଁରେ ଆଜକୁ ୫୦ ବର୍ଷ ହେବ କୌଣସି ମାମଲା ଥାନାକୁ ନ ଯିବା ଏବେ ସାମ୍‌ନାକୁ ଆସିଛି। ପାନିପଥ ଜିଲାର ଉଚାନା ବ୍ଲକ୍‌ ଅନ୍ତର୍ଗତ ରୋଜଖେଡା ଗାଁରେ କୌଣସି ଝଗଡା ହେଲେ ତାହାକୁ ପଞ୍ଚାୟତ ବୈଠକରେ ସମାଧାନ କରାଯାଉଛି। ଏହି କାରଣରୁ ଗତ ୫୦ ବର୍ଷ ମଧ୍ୟରେ କୌଣସି ମାମଲା ପୋଲିସ ପାଖରେ ନ ପହଞ୍ଚାଇ ଏହି ଗାଁ ଭାଇଚାରା ଓ ଶାନ୍ତି ସହାବସ୍ଥାନର ଏକ ଉଦାହରଣ ସୃଷ୍ଟି କରିଛି। ଉକ୍ତ ଗାଁରେ କାହା ନାମରେ କୌଣସି ଆପରାଧିକ ରେକର୍ଡ ମଧ୍ୟ ନାହିଁ। ରୋଜଖେଡାରେ ଜାଠଙ୍କ ବ୍ୟତୀତ ମୁସଲମାନ ଓ ବାଲ୍ମୀକି ସମ୍ପ୍ରଦାୟର ଲୋକେ ବାସ କରୁଛନ୍ତି। ଜନସଂଖ୍ୟା କମ୍‌ ହେଲେ ବି ଏହାର ସାକ୍ଷରତା ହାର ଅଧିକ। ଏଣୁ ଭାଇଚାରା ବଜାୟ ରଖିବା ଲାଗି ଏହି ଗାଁରୁ ପ୍ରେରଣା ନେବା ଦରକାର ବୋଲି କୁହନ୍ତି ସରପଞ୍ଚ ରଣଧୀର ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri