ଏଇ ଭାରତରେ

ଈଶ୍ୱରଙ୍କ ନିକଟତର ହେବା ପାଇଁ କିଏ କେତେ ପ୍ରକାର ସାଧନା କରନ୍ତି। କିନ୍ତୁ ଜଣେ ବୃଦ୍ଧ ଈଶ୍ୱରଙ୍କ ସାନ୍ନିଧ୍ୟ ଲାଭ କରିବା ପାଇଁ ଜୀବନ୍ତ ସମାଧି ନେବାକୁ ଉଦ୍ୟମ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆନ୍ଧ୍ରପ୍ରଦେଶରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା। ଗୁଣ୍ଟୁର ଜିଲା ଗନ୍ନାବରମ ଗାଁର ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଥାତିରେଡ୍ଡୀ ଲାଚି ରେଡ୍ଡୀ ନାମକ ଏହି ବ୍ୟକ୍ତି ଭଗବାନଙ୍କ ନିକଟତର ହେବାକୁ ଏଭଳି ଅଭିନବ ପନ୍ଥା ଆପଣାଇଥିଲେ। ନିଜ କ୍ଷେତରେ ଏକ ସମାଧି ଖୋଳି ଜୀବନ୍ତ ସମାଧି ନେବାକୁ ଉଦ୍ୟମ କରିଥିଲେ। ସେ ଈଶ୍ୱରଙ୍କୁ ଆରାଧନା କରି ସମାଧିସ୍ଥ ହେବାକୁ ଚାହୁଁଥିଲେ। ହେଲେ ଘଟଣା ସମ୍ପର୍କରେ ପୋଲିସ ଜାଣିବା ପରେ ବୃଦ୍ଧଙ୍କୁ ଏପରି କାର୍ଯ୍ୟରୁ ନିବୃତ୍ତ କରିବା ପାଇଁ ଆଗେଇ ଆସିଥିଲେ। ସେ ଜିଲାପାଳଙ୍କ ନିକଟକୁ ଏକ ପତ୍ରଲେଖି ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିଥିଲେ। ହେଲେ ଏପରି କାର୍ଯ୍ୟ କରିବା ପୂର୍ବରୁ ପୋଲିସ ଏଥିରେ ହସ୍ତକ୍ଷେପ କରିଥିଲା ଏବଂ ବୃଦ୍ଧ ଜଣକ ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ସୂର୍ଯ୍ୟ ଉତ୍କର୍ଷ ଅନେକ ଦିନର ଚିକିତ୍ସା ପରେ ଏକ ନୂଆ ଜୀବନ ପାଇଥିଲେ। ପରେ ସେ ତାଙ୍କ ଜୀବନକୁ ସାମାଜିକ…

କ୍ୟୁବା ଉପରେ ନଜର

ଜର୍ମାନୀର ନାଜି ଶାସକ ଆଡ୍‌ଲଫ୍‌ ହିଟ୍‌ଲର। ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ବିଶ୍ବ ଦେଖିଥିଲା ଏହି ନାଜି ଏକଚ୍ଛତ୍ରବାଦୀଙ୍କ ଶାସନର କ୍ରୂରତା। ହିଟ୍‌ଲରଙ୍କ କୁଖ୍ୟାତି ଇତିହାସରେ ଲିପିବଦ୍ଧ ହୋଇ…

ପେସା ଆଇନକୁ ପେଷି ଦିଆଯାଉଛି

ଭାରତବର୍ଷର ଯେଉଁ କେତୋଟି ଆଇନ ଆଦିବାସୀମାନଙ୍କୁ ପ୍ରକୃତ ସଶକ୍ତୀକରଣ କରିବାରେ ସାହାଯ୍ୟ କରେ, ସେଥିମଧ୍ୟରୁ ପଞ୍ଚାୟତ(ଏକ୍ସଟେନସନ ଟୁ ଦି ସିଡ୍ୟୁଲଡ ଏରିୟାଜ) ଆକ୍ଟ ବା ପେସା ଆଇନ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ…

ଆମେ ନୀରବ

ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ କରିଛନ୍ତି। ଏହି ଯୁଦ୍ଧରେ ବିଶ୍ୱର ଅନ୍ୟ ଦେଶ ପରି ଭାରତ ମଧ୍ୟ ନକାରାତ୍ମକ ଭାବରେ ପ୍ରଭାବିତ ହୋଇଛି। ପ୍ରକୃତରେ ଇରାନୀୟଙ୍କୁ ଛାଡ଼ି…

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri