ଏଇ ଭାରତରେ

ଦୁଇ ମହିଳାଙ୍କୁ ପସନ୍ଦ ଆସିଲା ଗୋଟିଏ ପୋଷାକ। ତାହାକୁ କିିଣିବା ପାଇଁ ଉଭୟେ ଚପଲରେ ପିଟାପିଟି ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝିମିଟି ଖେଳରୁ ମହାଭାରତ ସୃଷ୍ଟିହେବା ଭଳି ସାଧାରଣ କଥାକୁ ନେଇ ଦୁଇ ମହିଳା ଚୁଟି ଧରାଧରି ପର୍ଯ୍ୟନ୍ତ କଥା ଯାଇଥିଲା। ସାଧାରଣ କଥାକୁ କେନ୍ଦ୍ରକରି ମଣିଷପଣିଆ ବଳିପଡିଥିଲା। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶରେ। ସ୍ଥାନୀୟ ବିଜ୍‌ନୋରସ୍ଥିତ ନାଜିଆବାଦ୍‌ରେ ଏକ ପୋଷାକ ଦୋକାନରେ ଦୁଇଜଣ ମହିଳା ଗୋଟିଏ ପୋଷାକକୁ ପସନ୍ଦ କରିଥିଲେ। ଏହାକୁ ନେବା ପାଇଁ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ଆରମ୍ଭ ହୋଇଯାଇଥିଲା। ପରେ ସେମାନେ ହାତାହାତି ଓ ଠେଲାପେଲା ହୋଇଥିଲେ। ଦୋକାନୀ ମାମଲା ରଫାଦଫା କରିବା ଲାଗି ମହିଳା ଦୁଇଜଣଙ୍କୁ ବୁଝାଇଥିଲେ। ମାତ୍ର ସେମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଶେଷରେ ମାମଲା ଥାନାରେ ପହଞ୍ଚିଥିଲା। ପୋଲିସ ଉଭୟଙ୍କୁ ବୁଝାଶୁଝା କରି ଘରକୁ ପଠାଇଥିବା କୁହାଯାଉଛି। ଦୁଇ ମହିଳା ଚପଲରେ ପରସ୍ପରକୁ ପିଟୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ସମାଜ ବିଭକ୍ତୀକରଣର ଅନ୍ତୁଡ଼ିଶାଳ

ସ୍ବାଧୀନୋତ୍ତର ଭାରତର ସରକାରମାନେ ଶିକ୍ଷାର ପ୍ରସାର ଦିଗରେ କାମ କରିଚାଲିଛନ୍ତି। ବହୁ ଶିକ୍ଷା କମିଶନ ବସିଛି। ବହୁ ଆଇନ ପ୍ରଣୟନ ହୋଇଛି। ସେଥିମଧ୍ୟରୁ ବିଳମ୍ବରେ ହେଲେ ମଧ୍ୟ…

ଚାଲ ଫେରିବା ଗାଁକୁ

ଗ୍ରାମାଞ୍ଚଳ ଓ ଗ୍ରାମ୍ୟ ଜୀବନ କାହାକୁ ଆକୃଷ୍ଟ ନ କରେ! ମୋ ଜନ୍ମସ୍ଥାନଟି ହେଉଛି ରାଜ୍ୟର ଉପକୂଳବର୍ତ୍ତୀ ବ୍ରାହ୍ମଣୀ ନଦୀକୂଳ ଆଳି ମାଣିକପାଟଣା। ଗଁାଦିନର ସ୍ମୃତି ଅନେକ।…

ଏଇ ଭାରତରେ

ରାସ୍ତାରେ ଭିକ୍ଷାବୃତ୍ତି କରୁଥିବା ପିଲାଙ୍କ ପାଇଁ ଆଶାର ଆଲୋକ ପାଲଟିଛନ୍ତି ଦିଲ୍ଲୀର କୃଷ୍ଣ କୁମାର। ଏଭଳି ପିଲାଙ୍କୁ ସେ ରାସ୍ତାକଡ଼ରେ ପଢ଼ାଉଛନ୍ତି। ସ୍କୁଲ କହିଲେ ଭଲ ଘର…

ମଣିଷ ଦେଖିଲେ ଡର ଲାଗୁଛି

ସାମ୍ପ୍ରତିକ ପରିସ୍ଥିତିକୁ ନେଇ ଏ ନିବନ୍ଧଟି ପ୍ରସ୍ତୁତ କରିବାକୁ ଗଲାବେଳେ ପ୍ରଖ୍ୟାତ ସାହିତି୍ୟକ ମନୋଜ ଦାସଙ୍କ ‘କେତେ ଦିଗନ୍ତ’ ପୁସ୍ତକରୁ ରୋଚକ ପ୍ରସଙ୍ଗଟିଏ ସ୍ମରଣକୁ ଆସୁଛି। କିଛି…

ପୁଅ କୋଉ ବିଜ୍ଞାନ ପଢ଼ିବ

ସୁମୀ ଅତି ସ୍ନେହରେ ପୁଅର ନାଆଁ ରଖିଥିଲା ‘ଶ୍ରୀମୟ’। କିନ୍ତୁ ପୁଅ ବଡ଼ ହେଲା ପରେ ତା’ ସାଙ୍ଗମାନଙ୍କୁ ‘ଶ୍ରୀମୟ’ ନାଆଁଟା ପସନ୍ଦ ହେଲାନି। ସେମାନେ ତାକୁ…

ଦୂରେଇଯାଇଛି ବାଂଲାଦେଶ

ବହିର୍ବ୍ୟାପାର ନୀତି କେବଳ ଜଣେ ବ୍ୟକ୍ତିଙ୍କ ଉପରେ ଆଧାରିତ ହୋଇଗଲେ ତାହା ଦୁର୍ବଳ ଓ ଦୂରଦୃଷ୍ଟିବିହୀନ ହୋଇଥାଏ। କ୍ଷମତାରୁ ବିତାଡ଼ିତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri