ଏଇ ଭାରତରେ

ପକ୍ଷୀମାନଙ୍କୁ ଭଲ ପାଉଥିବା ମହାରାଷ୍ଟ୍ରର ପରିବେଶବିତ୍‌ ମିନୀଷ ରାଜନ୍‌କର ୬୩ଟି ହ୍ରଦର ପୁନରୁଦ୍ଧାର କରିଛନ୍ତି। ଏହାଦ୍ୱାରା ବହିରାଗତ ପକ୍ଷୀମାନଙ୍କ ଆଗମନ ବଢ଼ିିବା ସହ ଆଦିବାସୀଙ୍କ ଜୀବନ ଜୀବିକାରେ ପରିବର୍ତ୍ତନ ଆସିପାରିଛି। ଏବେ ସୁଦ୍ଧା ମିନୀଷ ଗୋଣ୍ଡିଆ ଓ ଭାନ୍ଦ୍ରା ଜିଲାର ୪୩ ଗାଁରେ ୬୩ଟି ହ୍ରଦର ପୁନରୁଦ୍ଧାର ଶେଷ କରିଛନ୍ତି। ଉକ୍ତ ଜିଲାର ବିଭିନ୍ନ ହ୍ରଦକୁ ବାହାରୁ ବହୁ ପକ୍ଷୀଙ୍କ ଆଗମନ ହୋଇଥାଏ। କିନ୍ତୁ ହ୍ରଦଗୁଡ଼ିକର ଅବସ୍ଥା ଭଲ ନ ଥିବାରୁ ପକ୍ଷୀମାନେ ସମସ୍ୟାର ସମ୍ମୁଖୀନ ହେଉଥିଲେ। ଏହା ଲକ୍ଷ୍ୟ କରି ମିନୀଷ ହ୍ରଦଗୁଡିକର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନେଇଥିତ୍ଲେ। ସେ ଏକ ବେସରକାରୀ ସଂସ୍ଥା ମାଧ୍ୟମରେ ଏହି କାର୍ଯ୍ୟ କରିବାକୁ ସକ୍ଷମ ହୋଇଛନ୍ତି। ଏହାଦ୍ୱାରା ସ୍ଥାନୀୟ ଆଦିବାସୀମାନେ ଜଳସେଚନର ସୁବିଧା ପାଇବା ସହ ସେଥିରେ ସେମାନେ ମାଛଚାଷ କରୁଛନ୍ତି। ମୁଖ୍ୟତଃ ହ୍ରଦରୁ ଲୋପ ପାଇଯାଇଥିବା ଦେଶୀମାଛ ଚାଷ ଉପରେ ସେମାନେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ଦୁଇ ଜିଲାରେ ୧୨ଟି ଫିଶିଂ କୋ-ଅପରେଟିଭ ସୋସାଇଟି ଗଠନ କରିଛନ୍ତି ମିନୀଷ। ଏହାବାଦ ସେ ଆଦିବାସୀମାନଙ୍କ ସହାୟତାରେ ହ୍ରଦ ଚାରିପାଖରେ ଗଛ ଲଗାଉଛନ୍ତି। ୨୦୦୯ ରେ ସେ ପ୍ରଥମେ ନବତଲାବ (ହ୍ରଦ)ର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚକ୍ଷୁଷ୍ମାନ ଧୃତରାଷ୍ଟ୍ର

ଜଣେ ବକ୍ତା କହୁଥାନ୍ତି,”ଆପଣମାନେ ଧୃତରାଷ୍ଟ୍ରଙ୍କ ଚରିତ୍ରକୁ କେବଳ କ୍ଷମତାଲିପ୍ସା ଦୃଷ୍ଟିକୋଣରୁ ବିଚାର କଲେ ତାହା ହୁଏତ ତାଙ୍କ ଚରିତ୍ରର ଅସମ୍ପୂର୍ଣ୍ଣ ଅଧ୍ୟୟନ ହେବ। କ୍ଷମତାର ଲାଳସା ପଛରେ…

ହାଇତିର ଖାଦ୍ୟ ସଙ୍କଟ ଓ ବିଶ୍ୱର ବିବେକ

ଏକବିଂଶ ଶତାବ୍ଦୀର ଆଧୁନିକ ମଣିଷ ଯେତେବେଳେ ମହାକାଶରେ ନୂଆ ବସତି ଖୋଜୁଛି, କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସାହାଯ୍ୟରେ ପୃଥିବୀକୁ ନୂତନ ରୂପ ଦେବାକୁ ଚେଷ୍ଟା କରୁଛି ଏବଂ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଏଇ ଭାରତରେ

ଏବେ ବି ଭାରତର ବିଭିନ୍ନ ଅଞ୍ଚଳରେ ଲିଙ୍ଗଗତ ଭେଦଭାବ ରହିଛି। ହେଲେ ରାଜସ୍ଥାନର ପିପଲାନ୍ତ୍ରୀ ଗାଁ ଏଭଳି ଭେଦଭାବ ଦୂର କରିବା ଲାଗି ନିଆରା ପରମ୍ପରା ଆପଣାଇଛି।…

ହଜିଲା ପୃଷ୍ଠାର କାହାଣୀ

ନିକଟ ଅତୀତରେ ସିଙ୍ଗାପୁର ସରକାର ଗୋଟିଏ ସୁନ୍ଦର ଯୋଜନା କରିଛନ୍ତି। ସାରା ବିଶ୍ୱରେ ଏବେ ପିଲାଠାରୁ ବୁଢ଼ା ଯାଏ, ମୋବାଇଲ ପରଦା ଦେଖିବାର ଅବଧି ବଢ଼ି ବଢ଼ି…

ନୈତିକ ପହରା ନୁହେଁ, ସୁରକ୍ଷା ଜରୁରୀ

ଗତ କିଛିଦିନ ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ତଥାକଥିତ ‘ନୈତିକ ପହରା’ ନାଁରେ ମହିଳା ବିଶେଷକରି ନାବାଳିକା ଓ ଯୁବତୀଙ୍କ ଉପରେ ବର୍ବରୋଚିତ ଘଟଣା ଘଟିବା ଦେଖାଯାଇଛି।…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?