ଏଇ ଭାରତରେ

ଆସାମର ଦିସ୍‌ପୁରରେ ଥିବା ଅକ୍ଷର ଫୋରମ୍‌ ସ୍କୁଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ ପାଖାପାଖି ୧୧୦ ପିଲା ପଢୁଥିବା ବେଳେ ଏମାନେ ସ୍କୁଲ ଫି ବାବଦରେ ପ୍ଲାଷ୍ଟିକ୍‌ର ବର୍ଜ୍ୟବସ୍ତୁ ଦାଖଲ କରିଥାଆନ୍ତି। ପ୍ରତି ସପ୍ତାହରେ ପିଲାଙ୍କୁ ବର୍ଜ୍ୟ ପ୍ଲାଷ୍ଟିକ୍‌ଗୁଡିକୁ ଏକ ଥଳିରେ ଆଣିବାକୁ ପଡ଼ିଥାଏ। ଏହାକୁ ସ୍କୁଲ ଘର, ଶୌଚାଳୟ ଓ ସଡ଼କ ନିର୍ମାଣରେ ବ୍ୟବହାର କରାଯାଉଛି। ନ୍ୟୁୟର୍କରେ ରହୁଥିବା ପାରମିତା ଶର୍ମା ଓ ତାଙ୍କ ସ୍ବାମୀ ମଜିନ ମୁଖ୍‌ତାର ଏହି ସ୍କୁଲ ନିର୍ମାଣ କରିଥିଲେ। ପ୍ରଥମେ ସେ ଏଠାରେ ପଢୁଥିବା ପିଲାଙ୍କୁ ମାଗଣାରେ ପଢାଉଥିଲେ। ପରେ ପ୍ଲାଷ୍ଟିକ୍‌ଜନିତ ପ୍ରଦୂଷଣକୁ ରୋକିବା ପାଇଁ ଏହି ପଦକ୍ଷେପ ନେଇଛନ୍ତି। ଦିସ୍‌ପୁରରେ ପାଖାପାଖି ୧୦ ଲକ୍ଷ ଲୋକ ରହୁଥିବା ବେଳେ ଏଠାରେ ପ୍ରତିଦିନ ୩୭ ଟନ୍‌ ବର୍ଜ୍ୟବସ୍ତୁ ବାହାରିଥାଏ। ପୂର୍ବରୁ ଏଠାକାର ଲୋକେ ପ୍ଲାଷ୍ଟିକ୍‌କୁ ପୋଡ଼ି ଦେଉଥିବାରୁ ପରିବେଶ ପ୍ରଦୂଷଣର ମାତ୍ରା ବଢ଼ି ଯାଉଥିଲା। ଏବେ କିନ୍ତୁ ଏହାର ପୁନଃବ୍ୟବହାର ଫଳରେ ପ୍ରଦୂଷଣ ମାତ୍ରା ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ଏଇ ଭାରତରେ

ସ୍ବାବଲମ୍ବୀ ଓ ସଶକ୍ତୀକରଣର ଉଦାହରଣ ପାଲଟିଛନ୍ତି ମହାରାଷ୍ଟ୍ରର ଜୟଶ୍ରୀ ଗୋର୍ଖା ମାଳୀ। ଜୟଶ୍ରୀଙ୍କ ବୟସ ୪୭। ସେ ଧାରାଶିବ ଜିଲା ଟେର୍‌ ଗାଁରେ ଜୈବିକ ପଦ୍ଧତିରେ ୧.୫…

ଅଦୃଶ୍ୟ ସମାଜ

ସମାଜରେ ଲୋକେ ଏକତ୍ର ବସବାସ କରିବା ସହ ପରସ୍ପର ଭିତରେ ପାରମ୍ପରିକ ପ୍ରଥା, ସଂସ୍କୃତି, ସାମାଜିକ ବିଧି, ନିୟମ ଏବଂ ସାମାଜିକ ଭାବର ଆଦାନ ପ୍ରଦାନ କରିଥାନ୍ତି।…

ଭାରତ-ଇଟାଲୀ ସମ୍ପର୍କ: ଭାରତ-ଭୂମଧ୍ୟସାଗର କ୍ଷେତ୍ର ପାଇଁ ଏକ ରଣନୀତିକ ଭାଗୀଦାରି

ଭାରତ ଓ ଇଟାଲୀ ମଧ୍ୟରେ ସମ୍ପର୍କ ଏବେ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚତ୍ଛି। ଗତ କିଛି ବର୍ଷ ମଧ୍ୟରେ ଦୁଇ ଦେଶ ଭିତରେ ସମ୍ପର୍କ ଅଭୂତପୂର୍ବ ଗତିରେ…

ନୀତିଗତ ତ୍ରୁଟି

ଯଦିଓ ଏବେ ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧିର ପ୍ରଭାବ ପଡ଼ିଛି, ଭାରତ ଦୃଷ୍ଟିକୋଣରୁ ଦେଖିଲେ ଯେତେବେଳେ ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ କମ୍‌…

ଏଇ ଭାରତରେ

ଦେବେନ୍ଦ୍ର କୁମାର ୨ ବର୍ଷର ହୋଇଥିବାବେଳେ ତାଙ୍କ କୋଳରେ ୩ଦିନର ଝିଅକୁ ଛାଡ଼ିଦେଇ ମାତାପିତା ଅରପାରିକି ଚାଲିଗଲେ। ଦିଲ୍ଲୀର ଏକ ବସ୍ତିରେ ରହୁଥିବା ଅସହାୟ ଭାଇଭଉଣୀଙ୍କୁ ସମ୍ପର୍କୀୟମାନେ…

ଅଧା ବିଶ୍ୱ ପାଇଁ ଜଳସଙ୍କଟ

ସମଗ୍ର ପରିବେଶ ଓ ପାଣିପାଗ ଏକ ବଡ଼ ବିପର୍ଯ୍ୟୟକୁ ସାମ୍ନା କରିବା ପାଇଁ ଯାଉଛି। ଆମ୍ଭମାନଙ୍କର କାର୍ଯ୍ୟକଳାପ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ଅସନ୍ତୁଳନର ଗୋଟାଏ ବିପଜ୍ଜନକ…

ବିକାଶର ନୂଆ ଠିକଣା

ବିକାଶକୁ ନେଇ ସମ୍ପ୍ରତି ଖୁବ୍‌ ଚର୍ଚ୍ଚା ଚାଲିଛି। କୁହାଯାଉଛି ଆମେ ଏକ ବିକାଶଶୀଳ ଦେଶରେ ପରିଣତ ହେବାକୁ ଆଉ ବେଶି ଦୂର ନୁହେଁ। ଏଥିପାଇଁ ଅନେକ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri