ଏଇ ଭାରତରେ

ପ୍ରାଣୀ ଉଦ୍ଧାରରେ ସମର୍ପିତ ଜୀବନଟିଏ ହେଉଛନ୍ତି ପ୍ରିୟା ଅଗ୍ରଓ୍ବାଲା ହିବ୍ବର। ସେ ରହୁଛନ୍ତି ମୁମ୍ବାଇରେ। ସହରର ବିଭିନ୍ନ ସ୍ଥାନରେ ନିର୍ଯାତିତ ବୁଲା ପ୍ରାଣୀମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ଆଶ୍ରୟ ଦେଉଛନ୍ତି। ସେ ଏହି କାର୍ଯ୍ୟକୁ ‘ୟୋଦା’ ଏନ୍‌ଜିଓ ମାଧ୍ୟମରେ ସଞ୍ଚାଳନ କରୁଛନ୍ତି। ପ୍ରିୟାଙ୍କୁ ଯେତେବେଳେ ୧୬ ବର୍ଷ ବୟସ ହୋଇଥିଲା ସେତେବେଳେ ସେ ଏହି ସଂସ୍ଥା ଗଠନ କରିଥିଲେ। ଏବେ ତାହା ଏକ ବୃହତ୍‌ ସଂସ୍ଥା ପାଲଟିଯାଇଛି। ପ୍ରାଣୀମାନଙ୍କୁ ଉଦ୍ଧାର କରିବା, ସେମାନଙ୍କୁ ଚିକିତ୍ସା କରି ଆଶ୍ରୟସ୍ଥଳୀରେ ରଖିବା ଏବଂ ପ୍ରାଣୀମାନଙ୍କ ଜନ୍ମ ନିୟନ୍ତ୍ରଣ ଭଳି କାର୍ଯ୍ୟ ଏହା ମାଧ୍ୟମରେ କରାଯାଉଛି। ୟୋଦା ମାଧ୍ୟମରେ ପ୍ରତି ମାସରେ ୩,୦୦୦ରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କୁ ଉଦ୍ଧାର କରାଯାଉଛି। ପ୍ରତି ମାସରେ ୫୦୦ କୁକୁର ଏବଂ ବିଲେଇଙ୍କର ବନ୍ଧ୍ୟାକରଣ ମଧ୍ୟ ହେଉଛି। ଏବେ ସୁଦ୍ଧା ପ୍ରିୟା ୪,୦୦୦ ପ୍ରାଣୀଙ୍କୁ ଏକ ଆଶ୍ରୟସ୍ଥଳୀରେ ରଖିଛନ୍ତି। ସେମାନଙ୍କ ଖାଦ୍ୟ ଓ ଚିକିତ୍ସା ଖର୍ଚ୍ଚ ସେ ନିଜେ ବହନ କରୁଛନ୍ତି। ମୁମ୍ବାଇରେ ପ୍ରାଣୀମାନଙ୍କ ପାଇଁ ଦିନରାତି ଆମ୍ବୁଲାନ୍ସ ସେବା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri