ଏଇ ଭାରତରେ

ସମାଜରେ ଟ୍ରାନ୍ସଜେଣ୍ଡରଙ୍କୁ ବହୁ ଟାହିଟାପରା ଶୁଣିବାକୁ ପଡୁଥିଲାବେଳେ ଆସାମର ଋତୁପର୍ଣ୍ଣା ନେଓଗ କିନ୍ତୁ ସମାଜରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିବାରେ ସକ୍ଷମ ହୋଇଛନ୍ତି। ଟ୍ରାନ୍ସଓମେନ ଋତୁପର୍ଣ୍ଣା ବିଭିନ୍ନ ଗାଁରେ ଲାଇବ୍ରେରି ଖୋଲୁଛନ୍ତି,ଯେଉଁଠି କୌଣସି ଦେୟ ଦେବାକୁ ପଡୁନାହିଁ। ଏଠାରେ ହିନ୍ଦୀ, ଇଂଲିଶ ଓ ଆସାମିଜ ଭାଷାର ବହି ରଖାଯାଇଛି। ଶିକ୍ଷାର ପ୍ରସାର ସହ ଜନମାନସରେ ଥିବା ଲିଙ୍ଗଗତ ବୈଷମ୍ୟ ତଥା ସମଲିଙ୍ଗୀଙ୍କୁ ନେଇ ଥିବା ବିକୃତ ଚିନ୍ତାଧାରା ଦୂର କରିବା ପାଇଁ ସେ ଉଦ୍ୟମ ଜାରି ରଖିଛନ୍ତି। ସେ ‘ଅକାମ ଫାଉଣ୍ଡେଶନ’ ଗଠନ କରି ତା’ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ଋତୁପର୍ଣ୍ଣା ଛାତ୍ରଜୀବନରେ ଯେଭଳି ମାନସିକ ନିର୍ଯାତନାର ସମ୍ମୁଖୀନ ହୋଇଛନ୍ତି ସେଭଳି ଅନ୍ୟ ଟ୍ରାନ୍ସଜେଣ୍ଡରମାନେ ନ ଭୋଗନ୍ତୁ- ଏହି ଲକ୍ଷ୍ୟ ନେଇ ଲାଇବ୍ରେରି ମାଧ୍ୟମରେ ଅଭିଯାନ ଚଳାଇ କିଛି ପରିବର୍ତ୍ତନ ଆଣିବା ଲାଗି ପ୍ରୟାସ କରୁଛନ୍ତି। ସେ ମଧ୍ୟ ବିଭିନ୍ନ ସହର ଓ ଗ୍ରାମରେ ଏ ସମ୍ପର୍କରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଚଳାଉଛନ୍ତି। ଋତୁପର୍ଣ୍ଣା ଟାଟା ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ, ଗୁଆହାଟୀରୁ ୨୦୧୭ରେ ଡିଗ୍ରୀ ହାସଲ କରିବା ପରେ ଏହି କାର୍ଯ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟରେ ଏବେ ତାଙ୍କ ସହିତ ଆଉ ୧୫ ଜଣ ଟ୍ରାନ୍ସଜେଣ୍ଡର ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ସଙ୍କଟ ଗମ୍ଭୀର ହେବାରେ ଲାଗିଛି। ପ୍ରାକୃତିକ ବିପର୍ଯ୍ୟୟର ତୀବ୍ରତା ବୃଦ୍ଧି ପାଉଥିବାବେଳେ କୃଷି ଓ ଜୀବନ ଜୀବିକା ପ୍ରଭାବିତ ହେଉଛି। ଏହାକୁ ନେଇ ଜାତୀୟ…

ଶେଷ ଧାଡ଼ିର ସ୍ବର

ଜଣେ ସରଳ, ଆଦିବାସୀ ମଣିଷର ବ୍ୟାଙ୍କକୁ ‘ଗୁହାରି’ ସାରା ବିଶ୍ୱକୁ ଚକିତ କଲା। ନିଜ ମୃତ ଭଉଣୀର ଖାତାରେ ଥିବା ଟଙ୍କା ଉଠାଣ ପାଇଁ କେତେଥର ବ୍ୟାଙ୍କକୁ…

ପରା ଓ ଅପରା ବିଦ୍ୟା

ବିଦ୍ୟା ୟା ବିମୁକ୍ତୟେ’ ଏମନ୍ତ ଆପ୍ତ ବାକ୍ୟ ସହିତ ସମସ୍ତେ ଊଣା ଅଧିକେ ଅବଗତ। ବିଷ୍ଣୁ ପୁରାଣରେ ଉଲ୍ଲିଖିତ ଏହି କଥାଟି ଏକ ଅବିସମ୍ବାଦିତ ସତ୍ୟ ଭାବରେ…

୩ ବର୍ଷ ପରେ ମଣିପୁର

ମଣିପୁରରେ ୨୦୨୩ ମେ’ ୩ରେ ଘଟିଥିବା ଜାତିଆଣ ହିଂସାକୁ ଏବେ ୩ ବର୍ଷ ପୂରିଛି। ଏହି ସମୟ ମଧ୍ୟରେ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ପଦବୀରୁ…

ଏଇ ଭାରତରେ

ନଡ଼ିଆକତାକୁ ସାମଗ୍ରୀ ତିଆରି କରିବାରେ ଯେତିକି ବ୍ୟବହାର କରାଯାଉଛି ତାହାଠାରୁ ଅଧିକ ବର୍ଜ୍ୟ ଆକାରରେ ପିଙ୍ଗି ଦିଆଯାଉଛି। ତେବେ ଏହି କତା ବର୍ଜ୍ୟକୁ କେରଳର ଅର୍ଦ୍ରା ନାୟର…

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri