ଏଇ ଭାରତରେ

ଗୁପ୍ତଯୁଗର ସ୍ବର୍ଣ୍ଣମୁଦ୍ରା ପାଇବା ପାଇଁ ଲୋକେ ଗାଁ ସାରା ଖୋଳି ପକାଇଲେ। ମଣିଷର ଧନ ଲୋଭ ବେଳେବେଳେ ସୀମା ଟପିଯାଏ। ଫଳରେ ସେ ଏଭଳି କାମ କରିବସେ ଯାହାକୁ ନେଇ ପରବର୍ତ୍ତୀ ସମୟରେ ନିଜେ ଲଜ୍ଜିତ ହୋଇଥାଏ। ଏପରି ଏକ ଘଟଣା ରାଜସ୍ଥାନ ଜୟପୁର ନିକଟରେ ଥିବା ମାଲପୁରାରେ ଘଟିଛି। ସ୍ଥାନୀୟ ଜାନକୀପୁରାସ୍ଥିତ ଦୋବଡ଼ିଆ ନାଳ ଅଞ୍ଚଳରେ ଗୁପ୍ତଯୁଗର ସ୍ବର୍ଣ୍ଣମୁଦ୍ରା ପୋତାହୋଇ ରହିଥିବା ପ୍ରଚାର ହୋଇଥିଲା। ଏହାପରେ ଆରମ୍ଭ ହୋଇଥିଲା ପ୍ରତିଯୋଗିତା। ଲୋକେ ନିଜର କାମଧନ୍ଦା ଛାଡି ଖାଇବା ପିଇବା ଭୁଲି କମ୍‌ ସମୟରେ ଧନୀ ହେବା ପାଇଁ ଆରମ୍ଭ କରିଥିଲେ ମାଟିଖୋଳା। କେତେଜଣଙ୍କୁ ସ୍ବର୍ଣ୍ଣମୁଦ୍ରା ମିଳିଥିଲା। ଖବର ପାଇ ପୋଲିସ ଏବଂ ପ୍ରତ୍ନତତ୍ତ୍ୱ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ୨ଟି ମୁଦ୍ରାର ଯାଞ୍ଚ୍‌ କରି ଏହା ଗୁପ୍ତଯୁଗର ବୋଲି ପ୍ରକାଶ କରିଥିଲେ। କେତେଜଣ ପୁରୁଖା ଲୋକଙ୍କ କହିବା ଅନୁସାରେ ଏଠାରେ ପୂର୍ବରୁ ବଞ୍ଜାରା ସମ୍ପ୍ରଦାୟ ବାସ କରୁଥିଲେ। ସେମାନେ ଲୁଟପାଟ୍‌ କରିଥିବା ଅଳଙ୍କାର ତଥା ସ୍ବର୍ଣ୍ଣମୁଦ୍ରା ଧରାପଡ଼ିବା ଭୟରେ ମାଟିତଳେ ପୋତିଦେଉଥିଲେ। କାଳକ୍ରମେ ସେମାନେ ଏଠାରୁ ପଳାଇଥିଲେ। ପରେ ଏଠାକାର ମାଟି ଖୋଳିବା ସମୟରେ ଅଳଙ୍କାର ଓ ସ୍ବର୍ଣ୍ଣମୁଦ୍ରା ମିଳୁଥିବା ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜାଣି କାହାର

ରାସ୍ତାରେ ନୋଟ୍‌ ଭର୍ତ୍ତି ହୋଇଥିବା ପର୍ସଟିଏ ପଡ଼ିିଥିବାର ଦେଖି ଜଣେ ପଥଚାରୀ ଭାବିଲେ ଏହି ପର୍ସଟି କାହାର କେଜାଣି, ଆହା! କିଏ ସେହି ଦୁର୍ଭାଗା ଯାହାଙ୍କ ପକେଟ୍‌ରୁ…

ଅନ୍ତରୀକ୍ଷ ସ୍ବପ୍ନ ଓ ମାନବୀୟ ଦାୟିତ୍ୱ

ପୃଥିବୀ ହେଉଛି ଜୀବଜଗତର ଏକ ମାତ୍ର ବାସଗୃହ’,ଏହା କେବଳ ଗୋଟିଏ ବୈଜ୍ଞାନିକ ସତ୍ୟ ନୁହେଁ, ବରଂ ମାନବ ସଭ୍ୟତା ପାଇଁ ଗୋଟିଏ ନୀତିଗତ ଦିଗ୍‌ଦର୍ଶକ। ତଥାପି, ଆଧୁନିକ…

ଆତ୍ମଘାତୀ ରଣନୀତି

ଓରୋବୋରୋସ ହେଉଛି ଏକ ପୁରାତନ ସାପର ଛବି, ଯେଉଁଥିରେ ତାହା ନିଜ ଲାଞ୍ଜକୁ ଭକ୍ଷଣ କରୁଛି। ଏହି ଛବି ଆତ୍ମଘାତୀ ରଣନୀତିର ସଙ୍କେତ ଦେଇଆସିଛି। ଏହା ଆମେରିକା…

ବୈଦିକ ସମାଜର ସ୍ୱରୂପ

ଖ୍ରୀଷ୍ଟପୂର୍ୱ ୧୫୦୦ରୁ ୧୦୦୦ ମଧ୍ୟରେ ସିନ୍ଧୁନଦୀର ଉପନଦୀ ସପ୍ତ-ସିନ୍ଧୁ କୂଳରେ ବୈଦିକ ଲୋକେ ବସବାସ କରୁଥିଲେ, ଯାହା ଏବେ ପଞ୍ଜାବ ନାମରେ ଜଣାଶୁଣା। ଏହା ହେଉଛି ଋକ୍‌-ବୈଦିକ…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ନୂଆବର୍ଷ ପାଇଁ ନୂଆ ଆଶା- ଏକ ଭାରତର ମାନସିକତା

ବୈଶାଖୀ, ରଙ୍ଗୋଲି ବିହୁ, ମହାବିଷୁବ ପଣା ସଂକ୍ରାନ୍ତି, ପୋଇଲା ବୈଶାଖ, ବିଷୁ ଏବଂ ତାମିଲ ପୁଥାଣ୍ଡୁ ଅବସରରେ ଭାରତ ତଥା ସାରା ବିଶ୍ୱରେ ଯେଉଁ ପାରମ୍ପରିକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri