ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ସଫଳତାର ମୂଳମନ୍ତ୍ର, ଯାହା ପ୍ରମାଣ କରି ଦେଖାଇଛନ୍ତି ବେଙ୍ଗାଲୁରୁର ଡ. କେ.ଏସ୍‌. ରଜାନ୍ନା। ପୋଲିଓ ଆକ୍ରାନ୍ତ ହୋଇ ମାତ୍ର ୧୧ ବର୍ଷ ବୟସରେ ହାତଗୋଡ଼ ହରାଇବା ପରେ ରଜାନ୍ନା ପାରା ଅଲିମ୍ପିକ ଚାମ୍ପିୟନ, ଜଣେ ସାମାଜିକ କର୍ମୀ ଏବଂ ସଫଳ ଉଦ୍ୟୋଗୀ ହୋଇପାରିଛନ୍ତି। କେବଳ ଏତିକି ନୁହେଁ, ସେ ୩୫୦ ଲୋକଙ୍କୁ ନିଯୁକ୍ତି ଦେଇଛନ୍ତି। ରଜାନ୍ନା ଆଣ୍ଠୁରେ ଚାଲି ସ୍କୁଲକୁ ଯାଇଛନ୍ତି ଓ କଠିନ ପରିଶ୍ରମ କରି ପଢ଼ିଛନ୍ତି। ସେ ନିଜ ଜୀବନ ସଂଗ୍ରାମରେ ସଫଳ ହେବା ପରେ ଦିବ୍ୟାଙ୍ଗମାନଙ୍କୁ ମଧ୍ୟ ସାହାଯ୍ୟ କରୁଛନ୍ତି। ୨୦୧୩ରେ ତାଙ୍କ ନିରବଚ୍ଛିନ୍ନ ସେବାକୁ ପ୍ରଥମେ ସ୍ବୀକୃତି ମିଳିଥିଲା ଓ ସେ ଦିବ୍ୟାଙ୍ଗଙ୍କ ପାଇଁ ଗଠିତ ଡିଜାବଲ୍ଡ କର୍ନାଟକ ଷ୍ଟେଟ୍‌ କମିଶନର ହୋଇଥିଲେ। ରଜାନ୍ନା ମଧ୍ୟ ପଦ୍ମଶ୍ରୀ ସମ୍ମାନର ଅଧିକାରୀ ହୋଇଛନ୍ତି। ସବୁ ସ୍ତରରେ ଦିବ୍ୟାଙ୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିଲେ ମଧ୍ୟ ରାଜନୀତିରେ ଏହା ନାହିଁ ଏବଂ ଏହା ପାଇବା ସେମାନଙ୍କ ଅଧିକାର ବୋଲି କହିଛନ୍ତି ୬୪ ବର୍ଷିଆ ରଜାନ୍ନା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବଳ ବୟସ ଥିବାବେଳେ ଜଣେ ଅର୍ଥ ସଞ୍ଚୟ କରେ ବାର୍ଦ୍ଧକ୍ୟରେ ତାହା କାମରେ ଆସିବ ବୋଲି। ହେଲେ ଅନେକ ବ୍ୟକ୍ତି ପରିଣତ ବୟସରେ ସେମାନଙ୍କ ସଞ୍ଚିତ କିମ୍ବା…

ବିଷାକ୍ତ ହସ

ଟ୍ରାଫିକ ଛକର ଲାଲବତୀ ସେଦିନ ବାଧ୍ୟ କରିଥିଲା ଦଣ୍ଡେ ଅଟକିଯିବାକୁ। ଇତ୍ୟବସରରେ ହଠାତ୍‌ ଦୃଷ୍ଟିବଦ୍ଧ ହେଲା ଏକ ବିଷମ ବାକ୍ୟ ଉପରେ, ‘ସୁନ୍ଦରୀ ଝିଅଙ୍କ ହସ, ତମ୍ପ…

ସଚ୍ଚୋଟତା: ଏକ ସ୍ବତଃସ୍ଫୂର୍ତ୍ତ ଅଭିବ୍ୟକ୍ତି

ଆଜିର ଦୁନିଆରେ ଅସାଧୁ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ସଚ୍ଚୋଟ ବା ସାଧୁ ବ୍ୟକ୍ତିଙ୍କ ସଂଖ୍ୟା କମ୍‌ ହେଲେ ମଧ୍ୟ ସେମାନେ ଅଛନ୍ତି ବୋଲି ସଂସାର ଚାଲିଛି।…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କେବଳ ନଜର ନୁହେଁ

ପଶ୍ଚିମ ଏସିଆରେ ଉତ୍ତେଜନା କମୁନାହିଁ। ଆମେରିକା ଓ ଇସ୍ରାଏଲ ଆଗରେ ଇରାନ୍‌ ନଇଁବାକୁ ନାରାଜ। ବରଂ ମଧ୍ୟପ୍ରାଚ୍ୟରେ ଥିବା ଆମେରିକାର ସାମରିକ ଘାଟି ଉପରେ ତେହରାନ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri