ଏଇ ଭାରତରେ

ଦିବ୍ୟାଙ୍ଗ ହେଲେ ବି ଦକ୍ଷତାର ପରିଚୟ ଦେଇଛନ୍ତି ଅକୁଲ ବିଶ୍ୱାସ। ସେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲାରେ ଝାରଖାଲି ସବୁଜ ବାହିନୀ ଗଠନ କରି ସୁନ୍ଦରବନର ହେନ୍ତାଳ ବନ ସଂରକ୍ଷଣ ପାଇଁ କାମ କରୁଛନ୍ତି। ଏହି ସଂଗଠନରେ ୨୩ଟି ଗାଁର ୨୦୦ରୁ ଅଧିକ ଗୃହିଣୀଙ୍କୁ ସାମିଲ କରିଛନ୍ତି। ଅକୁଲ ୨୦୦୫ରେ ପ୍ରଥମେ ବିଦ୍ୟାଧରି ନଦୀ ତଟରେ ମ୍ୟାନଗ୍ରୋଭ ଚାରାରୋପଣ ଆରମ୍ଭ କରିଥିଲେ। ତାହା ସେ ଏକୁଟିଆ କରୁଥିଲେ। ପରେ ସ୍ଥାନୀୟ ଲୋକେ ଅକୁଲଙ୍କ ସହ ସାମିଲ ହେବାରେ ଲାଗିଲେ। ମହିଳାମାନେ ପ୍ରତିଦିନ ମ୍ୟାନଗ୍ରୋଭ ମଞ୍ଜି ସଂଗ୍ରହ କରି ତାହାକୁ ନର୍ସରି ବ୍ୟାଗ୍‌ରେ ଲଗାଉଛନ୍ତି ଓ ଗଛ ହେବା ପରେ ସେମାନେ ଦିନକୁ ୨ ଘଣ୍ଟା ସମୟ ଦେଇ ପ୍ରାୟ ୨୦୦-୨୫୦ ଗଛ ଲଗାଉଛନ୍ତି। ଅକୁଲ ମ୍ୟାନଗ୍ରୋଭ ଜଙ୍ଗଲର ସୁରକ୍ଷାରେ ବିଭିନ୍ନ ପଞ୍ଚାୟତକୁ ସହଯୋଗ କରୁଛନ୍ତି। ସୁନ୍ଦରବନରେ ରହୁଥିବା ପରିବାରଗୁଡ଼ିକୁ ନିର୍ଦ୍ଦିଷ୍ଟ ପରିମାଣର ଜମି ଦେଇ ସେଠାରେ ଜଙ୍ଗଲ ସୃଷ୍ଟି କରିବା ଲାଗି ସେମାନଙ୍କୁ ପ୍ରୋତ୍ସାହିତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅନ୍ଧକାର ଗର୍ଭଗୃହକୁ

ନିର୍ବାଚନ ସରିଲା। ଶାସକ ଦଳର ‘ନାରୀ ବନ୍ଦନ’ ସଭା ସମାବେଶ ସରିଗଲା। ବିରୋଧୀ ଦଳର ମା’ମାନଙ୍କୁ ନେଇ ହେଉଥିବା ପ୍ରତିବାଦରେ ବି ଭଟ୍ଟା ପଡ଼ିଗଲା। ଫଳ? ଯେଉଁ…

ବହ୍ବାରମ୍ଭେ ଲଘୁକ୍ରିୟା

ସଂସ୍କୃତରେ ଗୋଟିଏ ଶ୍ଳୋକ ଅଛି ”ଅଜା ଯୁଦ୍ଧେ ଋଷି ଶ୍ରାଦ୍ଧେ ପ୍ରଭାତେ ମେଘ ଡମ୍ବରୁ, ଦାମ୍ପତ୍ୟ କଳହଶ୍ଚୈ ବହ୍ବାରମ୍ଭେ ଲଘୁକ୍ରିୟା’ ଏହାର ଅର୍ଥ ଦୁଇଟି ଛେଳି ଗୋଳଯୁଦ୍ଧ…

ନ୍ୟାୟ ଦେବାରେ ବିଳମ୍ବ

ଉତ୍ତରାଖଣ୍ଡ ସରକାର ହୁଇସିଲ୍‌ବ୍ଲୋୟର ତଥା ବନ ଅଧିକାରୀ ସଞ୍ଜୀବ ଚତୁର୍ବେଦୀଙ୍କୁ ଲୋକପାଳକୁ ଡେପୁଟେଶନ ପାଇଁ ମଞ୍ଜୁରୀଦେବା ଉଲ୍ଲେଖନୀୟ। କିନ୍ତୁ ଏହାଠୁ ବଡ଼ କଥା ହେଉଛି ଏହି ହୁଇସିଲ୍‌ବ୍ଲୋୟରଙ୍କ…

ଏଇ ଭାରତରେ

ମଧ୍ୟପ୍ରଦେଶ ଛତରପୁର ଜିଲାର ପାନ୍ନା ଜାତୀୟ ଉଦ୍ୟାନ ବାଘ ପାଇଁ ବେଶ୍‌ ଜଣାଶୁଣା ଥିଲା। ହେଲେ ୨୦୦୯ରେ ତାହା ବାଘ ଶୂନ୍ୟ ହୋଇଯାଇଥିବା ସରକାର ଘୋଷଣା କରିଥିଲେ,…

ପରମାଣୁ ଶାନ୍ତିଯାତ୍ରା

୧୯୪୫ ଜୁଲାଇ ୧୬ ତାରିଖର ଏକ ବର୍ଷାଭିଜା ସକାଳ, କେତେଜଣ ବୈଜ୍ଞାନିକ ଓ ସୈନିକ ମେକ୍ସିକୋର ଜୋର୍ନଡା ଡେଲ ମରୁଭୂମିରେ ଏକତ୍ରିତ ହୋଇଥାନ୍ତି। ସାଙ୍କେତିକ ଭାଷାରେ ‘ଗାଜେଟ’…

ଜୈବିକ ଖାଦ୍ୟର ପୃଥିବୀ

ଆଜିକାଲି ଲୋକଙ୍କ ଭିତରେ ଖାଦ୍ୟ ସଚେତନତା ବଢ଼ୁଛି। ରଙ୍ଗିନ, ଆଖିକୁ ଖୁସି ଦେଲାପରି ଖାଦ୍ୟ ସବୁ ଗ୍ରହଣ କରିବା ବଦଳରେ ଜୈବିକ ଖାଦ୍ୟ ପ୍ରତି ଲୋକମାନଙ୍କ ଆଗ୍ରହ…

ବିଶ୍ୱରେ ଅରାଜକତା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରଶାସନ ଏବଂ ଇରାନ ମଧ୍ୟରେ ଅବ୍ୟବସ୍ଥିତ କୂଟନୀତି ଜାରି ରହିଛି। ଏଥିରୁ ବିଶ୍ୱ ବ୍ୟାପାରକୁ ବୁଝିବା ଅସମ୍ଭବ ବୋଲି ଅନେକେ ମନେକରୁଛନ୍ତି।…

ନଦୀ ପ୍ରଦୂଷଣ

ନନଦୀ ମନୁଷ୍ୟ ସଭ୍ୟତାର ଜନ୍ମଦାତ୍ରୀ ହୋଇ ସମଗ୍ର ଜୀବଜଗତକୁ ଲାଳନପାଳନ କରିଥିବାରୁ ଭାରତରେ ନଦୀକୁ ମା’ର ଆଖ୍ୟା ଦିଆଯାଇ ଦେବୀ ରୂପରେ ପୂଜା କରାଯାଏ। କିନ୍ତୁ ବିଡ଼ମ୍ବନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri