ଏଇ ଭାରତରେ

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ବି ସତ୍ୟ। କଳା, ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ତାଙ୍କ ପୁସ୍ତକଗୁଡ଼ିକ ରଚିତ ହୋଇଛି। ଉତ୍ତରପ୍ରଦେଶର ମୃଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା ଏକ କବିତା ବହି। ଏବେ ଲଣ୍ଡନର ଓ୍ବାର୍ଲଡ ରେକର୍ଡ ୟୁନିଭର୍ସିଟିରେ ଡକ୍ଟରେଟ କରିବା ପାଇଁ ତାଙ୍କୁ ଆମନ୍ତ୍ରଣ କରାଯାଇଛି। ‘ଆଜ କା ଅର୍ଜୁନ’ ନାମରେ ପରିଚିତ ରାଜ କୁହନ୍ତି, ଲେଖା ପାଇଁ ତାଙ୍କୁ ୪ଟି ବିଶ୍ୱ ରେକର୍ଡ ମିଳିବା ସହ ଆହୁରି ଅନେକ ସମ୍ମାନ ମିଳିଛି। ସେ କୁହନ୍ତି, ମହାକାବ୍ୟ ରାମାୟଣର ୫୧ଟି ଚରିତ୍ରକୁ ସେ ତାଙ୍କ ପୁସ୍ତକରେ ସ୍ଥାନ ଦେଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜୀବନୀକୁ ନେଇ ଏକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କ ବହି ୨୫ରୁ ୧୦୦ପୃଷ୍ଠା ବିଶିଷ୍ଟ ହୋଇଥାଏ। ସୁଲତାନପୁରର ଏକ ଘରୋଇ ସ୍କୁଲରେ ତାଙ୍କ ମା’ ଶିକ୍ଷକତା କରୁଥିବା ବେଳେ ପିତା ଜଣେ ସରକାରୀ କର୍ମଚାରୀ। ବାସ୍ତବରେ ଏହି ସ୍ବଳ୍ପ ବୟସର ସାରସ୍ବତ ସାଧକ ସମସ୍ତଙ୍କ ପାଇଁ ଆଦର୍ଶ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri