ଏଇ ଭାରତରେ

ବିହାରର ଭାଗଲପୁର ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। କେବଳ ସେତିକି ନୁହେଁ, ଉପହାର ସ୍ବରୂପ ସେ ନିଜ ଅଢ଼େଇ ବର୍ଷର ପୁଅକୁ ମଧ୍ୟ ସ୍ତ୍ରୀଙ୍କ ହାତରେ ଟେକି ଦେଇଛନ୍ତି। ଏହି ଘଟଣା ଏବେ ଭାଗଲପୁରରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଗାଁର ଅନେକ ଲୋକ ଏହି ବିବାହର ସାକ୍ଷୀ ରହିଛନ୍ତି। ଘଟଣାଟି ଭାଗଲପୁର ଖିସିବାନ୍ଦ ପଞ୍ଚାୟତର ସାଲେପୁର ଗାଁର। ଏଠାରେ ଜଣେ ବ୍ୟକ୍ତି ଘରଭଡ଼ା ନେଇ ସ୍ତ୍ରୀ ଓ ଗୋଟିଏ ପୁଅ ସହ ରହୁଥିଲେ। କିଛିଦିନ ତଳେ କୌଣସି ଏକ ମାମଲାରେ ଉକ୍ତ ବ୍ୟକ୍ତିଙ୍କୁ ଜେଲ ଯିବାକୁ ପଡ଼ିଥିଲା। ସେ ଜେଲ୍‌ରେ ଥିବାବେଳେ ତାଙ୍କ ସ୍ତ୍ରୀଙ୍କର ଘର ମାଲିକଙ୍କ ପୁଅ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉକ୍ତ ବ୍ୟକ୍ତି ଜଣକ ଜେଲରୁ ଫେରିବା ପରେ ସ୍ତ୍ରୀଙ୍କ ପ୍ରେମ କାହାଣୀ ସମ୍ପର୍କରେ ସୂଚନା ପାଇଥିଲେ। ଦିନେ ପଞ୍ଚାୟତ ଡାକି ସରପଞ୍ଚଙ୍କ ଉପସ୍ଥିତିରେ ସ୍ତ୍ରୀଙ୍କର ବିବାହ ଉକ୍ତ ଘର ମାଲିକଙ୍କ ପୁଅ ସହ କରିବାକୁ ପ୍ରସ୍ତାବ ଦେଇଥିଲେ। ଏଥିରେ ପଞ୍ଚାୟତ ରାଜି ହୋଇଯିବାରୁ ସେ ସ୍ତ୍ରୀଙ୍କର ବିବାହ କରିଦେବା ସହ ନିଜ ଅଢ଼େଇ ବର୍ଷର ପୁଅକୁ ଉପହାର ଆକାରରେ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକଲବ୍ୟ ଓ ଅଙ୍ଗୁଳିମାଳ

କଲବ୍ୟଙ୍କ କାହାଣୀ ହେଉଛି ଜଣେ ନିମ୍ନଜାତିର ବନବାସୀ ବାଳକଙ୍କ କଥା। ବ୍ରାହ୍ମଣ ଗୁରୁ ଦ୍ରୋଣ ତାଙ୍କୁ ଶିଷ୍ୟ ଭାବେ ଗ୍ରହଣ କରିବାକୁ ମନା କରିଥିଲେ। ଏହା ପରେ…

ଏଇ ଭାରତରେ

ଗଙ୍ଗାନଦୀରେ ଡଲ୍‌ଫିନ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ପାଲଟିଥାଏ। ହେଲେ ଏମାନଙ୍କ ଜୀବନ ପ୍ରତି ବିପଦ ଏବେ ସୃଷ୍ଟି ହୋଇଛି। ଗଙ୍ଗା ଓ ଏହାର ଉପନଦୀଗୁଡ଼ିକରେ ପାଖାପାଖି ୬,୩୨୪…

ଭୁଲ୍‌ ପ୍ରସଙ୍ଗ

ନିଜର ଭୁଲ୍‌ ପ୍ରାୟ ସବୁବେଳେ ମଲ୍ଲୀ, ହେନା, କିଆ, କେତକୀ, ଶେଫାଳୀ, ରଜନୀଗନ୍ଧା ଫୁଲର ବାସ ପରି ମହମହ ବାସେ ! ସାଧାରଣତଃ ଆମେ ନିଜ ଭୁଲ୍‌କୁ…

ଭିଡ଼ହିଂସା କାରଣ ଓ ନିରାକରଣ

ଭିଡ଼ହିଂସା ଏଇ କିଛିମାସ ହେଲା ଓଡ଼ିଶାର ବିଭିନ୍ନ ଜାଗାରେ ଯେପରି କ୍ରମାଗତ ଭାବରେ ସୃଷ୍ଟିହୋଇଛି, ହୁଏତ ତାହାର ଉଦାହରଣ ଆଗରୁ ଏତେ ନ ଥିଲା। ଏକ ଅନିୟନ୍ତ୍ରିତ…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଏଇ ଭାରତରେ

ଉତ୍ତମ ଟେରୋନ ଜଣେ ଶିକ୍ଷକ। ରହନ୍ତି ଆସାମର ଏକ ଛୋଟ ଗାଁରେ। ତାଙ୍କୁ ବୟସ ଏବେ ୪୭ ବର୍ଷ। ସେ ବିଜ୍ଞାନରେ ଡିଗ୍ରୀ ହାସଲ କରିଛନ୍ତି। ଗଁାରେ…

ବସାଘର

ମଣିଷ, ଜୀବଜଗତ ଖାଦ୍ୟ ଓ ବାସସ୍ଥାନ ଆବଶ୍ୟକ କରିଥାନ୍ତି। ଆଦିମ ସଭ୍ୟତାରେ ମଣିଷ ଯାହା ପାଇଲା ତାହା ଖାଉଥିଲା ଓ ଯେଉଁଠି ପାରୁଥିଲା ସେଇଠି ବିଶ୍ରାମ ନେଉଥିଲା।…

ଖଣି ଆଇନ ସଂଶୋଧନର ପ୍ରଭାବ

ଯନ୍ତରମନ୍ତରରେ ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଅତ୍ୟାଚାରକୁ ନେଇ ସଂସଦର ଗତ ମୌସୁମୀ ଅଧିବେଶନରେ ଅଚଳାବସ୍ଥା ଚାଲିଥିବା ବେଳେ କେନ୍ଦ୍ର ସରକାର ‘ଖଣି ଓ ଖଣିଜ (ବିକାଶ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri